ଝାଡ଼ାବାନ୍ତିରେ ୨ ମୃତ, ୧୬ ଆକ୍ରାନ୍ତ

ଭବାନୀପାଟଣା,୪।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ ବିରିକୋଟ ପଞ୍ଚାୟତ ସେମେଲପଦର ଗ୍ରାମର କେନ୍ଦୁପଡାରେ ଗତ ୨ଦିନ ହେଲା ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୬ଜଣ ଆକ୍ରାନ୍ତ ଥିବା ଜଣାପଡିଛି। ମୃତ ବ୍ୟକ୍ତି ହେଲେ ବୃଦ୍ଧ ଡମୁ ମାଝୀ ଓ ବୃଦ୍ଧା ସୁନାଙ୍ଗ ଦେଈ। ଦୂଷିତ ଜଳ ପାନ ଯୋଗୁ ଝାଡାବାନ୍ତି ବ୍ୟାପୁଥିବା ଗ୍ରାମବାସୀ କହିଛନ୍ତି। ଆକ୍ରାନ୍ତ ବ୍ୟକ୍ତିଙ୍କୁ ଥୁଆମୁଲ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଅନ୍ୟ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ହେଉଥିବା ସ୍ବାସ୍ଥ୍ୟବିଭାଗ ପକ୍ଷରୁ ଜାଣିବାକୁ ମିଳିଛି। ଏହାମଧ୍ୟରେ ସ୍ବାସ୍ଥ୍ୟବିଭାଗର ଏକ ଟିମ୍‌ ଉକ୍ତ ଗ୍ରାମକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିବା ସହ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଝାଡାବାନ୍ତି ଆକ୍ରାନ୍ତ ବ୍ୟକ୍ତିଙ୍କୁ ଓ୍ୟଷଧ ଦିଆଯିବା ସହ ଲୋକଙ୍କୁ ସଚେତନ କରାଯାଉଛି।
ସୂଚନାଯୋଗ୍ୟ ଯେ, ଥୁଆମୁଲ ରାମପୁର ଆଦିବାସୀ ଅଧ୍ୟୁଷିତ ଏକ ଦୁର୍ଗମ ଅଞ୍ଚଳ। ଘଞ୍ଚ ଜଙ୍ଗଲ ପରିପୂର୍ଣ୍ଣ ଏହି ଅଞ୍ଚଳରେ ମାଓବାଦୀ ସକ୍ରିୟ ଥିବା ବେଳେ ରାସ୍ତାଘାଟର ସୁବିଧା ନାହିଁ। ପ୍ରଶାସନିକ ଅଧିକାରୀଙ୍କ ପାଦ ଏଠାରେ ପଡ଼େନାହିଁ କହିଲେ ଚଳେ। ପାନୀୟ ଜଳର ସୁବିଧା ନ ଥିବାରୁ କେନ୍ଦୁପଡାର ଲୋକେ ମୁଖ୍ୟତଃ ଝରଣା ପାଣି ଉପରେ ନିର୍ଭର କରିଥାନ୍ତି। ଏପଟେ ରାସ୍ତାଘାଟର ସୁବିଧା ନ ଥିବା ବେଳେ ସଚେତନତା ଅଭାବ ଯୋଗୁ ଅନେକ ସମୟରେ ଲୋକେ ଭାଗ୍ୟକୁ ଆଦରି ପଡି ରହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri