ମାଟି ଅତଡ଼ା ଧସି ୨ ମୃତ, ୨ ଗୁରୁତର

କୋରାପୁଟ/ନନ୍ଦପୁର,୨୯ା୩ (ସ୍ବ.ପ୍ର): ଘର ଲିପାପୋଛା ପାଇଁ ଆବଶ୍ୟକ ମାଟି ସଂଗ୍ରହ କରୁଥିବା ୪ ମହିଳାଙ୍କ ଉପରେ ଅତଡ଼ା ଧସିଯାଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର ହୋଇଛନ୍ତି। କୋରାପୁଟ ଜିଲା ନନ୍ଦପୁର ଥାନା ହିକମପୁଟ ନିକଟ ଲେଞ୍ଜିପୁଟ ନାଳ ନିକଟରେ ଏହି ଅଘଟଣ ଘଟିଛି। ମୃତକମାନେ ହେଲେ ଦଇମତି ହନ୍ତାଳ ଓ ଶଶି ହନ୍ତାଳ। ଆହତ ମୁକ୍ତା କିରିସାନି ଓ ଜ୍ୟୋତି ବଡ଼ନାୟକଙ୍କୁ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଚିକିତ୍ସା କରାଯାଉଛି। ମୃତାହତ ମହିଳାଙ୍କ ଘର ଘଟଣାସ୍ଥଳ ନିକଟ ଘାଗଡ଼ାପଣ୍ଡି ଗାଁରେ।
ଖବରରୁ ଜଣାପଡିଛି, ମାଟି ଖୋଳୁଥିବା ବେଳେ ହଠାତ୍‌ ମାଟି ଅତଡା ଧସିବାରୁ ଶଶି ଓ ଦଇମତି ମାଟି ଭିତରେ ପୋତି ହୋଇ ଯାଇଥିଲେ। ଗୁରୁତର ହୋଇଥିବା ମୁକ୍ତା ଓ ଜ୍ୟୋତି ପାଟି କରିଥିଲେ। ସେମାନଙ୍କ ପାଟି ଶୁଣି ଆଖପାଖରେ ଥିବା ଲୋକେ ଘଟଣାସ୍ଥଳକୁ ଦୌଡ଼ି ଆସି ମାଟି ଭିତରୁ ଉଭୟଙ୍କୁ ବାହାର କରିଥିଲେ। ସେତେବେଳକୁ ଶଶି ଓ ଦଇମତୀଙ୍କ ମୃତ୍ୟୁ ହୋଇସାରିଥିଲା। ଖବର ପାଇ ନନ୍ଦପୁର ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ମୃତକ ଓ ଗୁରୁତରଙ୍କୁ ଉଦ୍ଧାରକରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ମୁକ୍ତା ଓ ଜ୍ୟୋତିଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଛି। ପୋଲିସ ପହଞ୍ଚତ୍ ମୃତଦେହ ଜବତକରି ବ୍ୟବଚ୍ଛେଦ ଲାଗି ପଠାଇଛି। ଅନ୍ୟପକ୍ଷରେ ଖବର ପାଇ ନନ୍ଦପୁର ଅତିରିକ୍ତ ତହସିଲଦାର ସୀମାଞ୍ଚଳ ପାତ୍ର, ଆରଆଇ ପାଣ୍ଡେଈ ମହାନ୍ତି, ବିଡିଓ ସୁଜିତ କୁମାର ମିଶ୍ର, ଜିପିଓ ବେଦାନ୍ତ ମାଝୀ, ଏସ୍‌ଡିପିଓ ସଞ୍ଜୟ ମହାପାତ୍ର,ନନ୍ଦପୁର ଥାନାଧିକାରୀ ପ୍ରଫୁଲ୍ଲ ଲାକ୍ରା ପ୍ରମୁଖ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ମୃତକଙ୍କ ପରିବାରକୁ ଭେଟି ଦଇମତିଙ୍କ ସ୍ବାମୀ ଆଦୁ କନ୍ତେରି ଓ ଶଶୀଙ୍କ ଭାଇଙ୍କୁ ରେଡକ୍ରସ ତରଫରୁ ୧୦ ହଜାର ଲେଖାଏ ଏବଂ ହରିଶ୍ଚନ୍ଦ୍ର ଯୋଜନାରେ ୩ହଜାର ଲେଖାଏ ସହାୟୟତା ପ୍ରଦାନ କରାଯାଇଛି। ନନ୍ଦପୁର ଥାନାରେ ଦୁଇ ପରିବାରର ଏତଲାକ୍ରମେ ୨ଟି ଅପମୃତ୍ୟୁ ମାମଲା ୬/୨୩ ଓ ୭/୨୩ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri