ମାଟି ଅତଡ଼ା ଧସି ୨ ମୃତ, ୨ ଗୁରୁତର

କୋରାପୁଟ/ନନ୍ଦପୁର,୨୯ା୩ (ସ୍ବ.ପ୍ର): ଘର ଲିପାପୋଛା ପାଇଁ ଆବଶ୍ୟକ ମାଟି ସଂଗ୍ରହ କରୁଥିବା ୪ ମହିଳାଙ୍କ ଉପରେ ଅତଡ଼ା ଧସିଯାଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର ହୋଇଛନ୍ତି। କୋରାପୁଟ ଜିଲା ନନ୍ଦପୁର ଥାନା ହିକମପୁଟ ନିକଟ ଲେଞ୍ଜିପୁଟ ନାଳ ନିକଟରେ ଏହି ଅଘଟଣ ଘଟିଛି। ମୃତକମାନେ ହେଲେ ଦଇମତି ହନ୍ତାଳ ଓ ଶଶି ହନ୍ତାଳ। ଆହତ ମୁକ୍ତା କିରିସାନି ଓ ଜ୍ୟୋତି ବଡ଼ନାୟକଙ୍କୁ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଚିକିତ୍ସା କରାଯାଉଛି। ମୃତାହତ ମହିଳାଙ୍କ ଘର ଘଟଣାସ୍ଥଳ ନିକଟ ଘାଗଡ଼ାପଣ୍ଡି ଗାଁରେ।
ଖବରରୁ ଜଣାପଡିଛି, ମାଟି ଖୋଳୁଥିବା ବେଳେ ହଠାତ୍‌ ମାଟି ଅତଡା ଧସିବାରୁ ଶଶି ଓ ଦଇମତି ମାଟି ଭିତରେ ପୋତି ହୋଇ ଯାଇଥିଲେ। ଗୁରୁତର ହୋଇଥିବା ମୁକ୍ତା ଓ ଜ୍ୟୋତି ପାଟି କରିଥିଲେ। ସେମାନଙ୍କ ପାଟି ଶୁଣି ଆଖପାଖରେ ଥିବା ଲୋକେ ଘଟଣାସ୍ଥଳକୁ ଦୌଡ଼ି ଆସି ମାଟି ଭିତରୁ ଉଭୟଙ୍କୁ ବାହାର କରିଥିଲେ। ସେତେବେଳକୁ ଶଶି ଓ ଦଇମତୀଙ୍କ ମୃତ୍ୟୁ ହୋଇସାରିଥିଲା। ଖବର ପାଇ ନନ୍ଦପୁର ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ମୃତକ ଓ ଗୁରୁତରଙ୍କୁ ଉଦ୍ଧାରକରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ମୁକ୍ତା ଓ ଜ୍ୟୋତିଙ୍କୁ କୋରାପୁଟ ସ୍ଥାନାନ୍ତର କରାଯାଇଛି। ପୋଲିସ ପହଞ୍ଚତ୍ ମୃତଦେହ ଜବତକରି ବ୍ୟବଚ୍ଛେଦ ଲାଗି ପଠାଇଛି। ଅନ୍ୟପକ୍ଷରେ ଖବର ପାଇ ନନ୍ଦପୁର ଅତିରିକ୍ତ ତହସିଲଦାର ସୀମାଞ୍ଚଳ ପାତ୍ର, ଆରଆଇ ପାଣ୍ଡେଈ ମହାନ୍ତି, ବିଡିଓ ସୁଜିତ କୁମାର ମିଶ୍ର, ଜିପିଓ ବେଦାନ୍ତ ମାଝୀ, ଏସ୍‌ଡିପିଓ ସଞ୍ଜୟ ମହାପାତ୍ର,ନନ୍ଦପୁର ଥାନାଧିକାରୀ ପ୍ରଫୁଲ୍ଲ ଲାକ୍ରା ପ୍ରମୁଖ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ମୃତକଙ୍କ ପରିବାରକୁ ଭେଟି ଦଇମତିଙ୍କ ସ୍ବାମୀ ଆଦୁ କନ୍ତେରି ଓ ଶଶୀଙ୍କ ଭାଇଙ୍କୁ ରେଡକ୍ରସ ତରଫରୁ ୧୦ ହଜାର ଲେଖାଏ ଏବଂ ହରିଶ୍ଚନ୍ଦ୍ର ଯୋଜନାରେ ୩ହଜାର ଲେଖାଏ ସହାୟୟତା ପ୍ରଦାନ କରାଯାଇଛି। ନନ୍ଦପୁର ଥାନାରେ ଦୁଇ ପରିବାରର ଏତଲାକ୍ରମେ ୨ଟି ଅପମୃତ୍ୟୁ ମାମଲା ୬/୨୩ ଓ ୭/୨୩ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri