ବଜ୍ରପାତରେ ନାବାଳକଙ୍କ ସମେତ ୨ ମୃତ, ୩ ଆହତ

ବାଣପୁର(ଶଙ୍କର ବସ୍ତି)/ଗମ୍ଭାରୀମୁଣ୍ଡା,୨ା୯(ଦିଲ୍ଲୀପ ସ୍ବାଇଁ): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅଞ୍ଚଳରେ ଶନିବାର ବଜ୍ରପାତ ହେବାରୁ ଜଣେ ନାବାଳକଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଏହି ଥାନା ଅଧୀନ ଅରାଙ୍ଗ ଗ୍ରାମର ରଞ୍ଜିତ୍‌ ରଣସିଂହ(୨୨) ଓ କାଦମ୍ବଝୁଲା ଗ୍ରାମର ଅମର ଶବର(୧୪)। ଆହତ ଅରାଙ୍ଗ ଗ୍ରାମର ନାଲ୍ଲା ନାୟକ, ପ୍ରଶାନ୍ତ ନାୟକ ଓ ପଞ୍ଚୁ ନାୟକଙ୍କୁ ଚିକିତ୍ସା ପାଇଁ ବାଣପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ମୁତାବକ, ବାଣପୁର ଅଞ୍ଚଳରେ ଅପରାହ୍ନରେ ବର୍ଷା ହେବା ସହ ବଜ୍ରପାତ ହୋଇଥିଲା। ଏହି ସମୟରେ କାଦମ୍ବଝୁଲା ଗ୍ରାମର ଅମର ଛତାଧରି ଘରକୁ ଫେରୁଥିବା ବେଳେ ବଜ୍ରପାତ ହେବାରୁ ଅଚେତ୍‌ ହୋଇପଡ଼ିଥିଲେ। ଏହା ଦେଖି ଗ୍ରାମବାସୀ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବାଣପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେହିପରି ଅରାଙ୍ଗ ଗ୍ରାମର ରଞ୍ଜିତ୍‌, ନାଲ୍ଲା, ପ୍ରଶାନ୍ତ ଓ ପଞ୍ଚୁ ବିଲକୁ କାମ କରିବାକୁ ଯାଇଥିଲେ। ହଠାତ୍‌ ବର୍ଷା ହେବାରୁ ଏମାନେ ସେଠାରେ ଥିବା ଏକ କୁଡ଼ିଆରେ ଆଶ୍ରୟ ନେଇଥିଲେ। ବଜ୍ରପାତ ହେବାରୁ ଘଟଣାସ୍ଥଳରେ ରଞ୍ଜିତ୍‌ଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଆହତ ହୋଇଥିଲେ। ଖବରପାଇ ଗ୍ରାମବାସୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବାଣପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri