ରାସ୍ତାକଡ଼ରେ ବିକୁଥିଲେ କେନ୍ଦୁ: ମାଡ଼ିଗଲା ଟ୍ରକ୍‌,୨ ମୃତ; ୪ ଆହତ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ନିପୋ ଗ୍ରାମ ନିକଟସ୍ଥ କାଞ୍ଜିପାଣି ଘାଟି ଏନ୍‌ଏଚ୍‌ ୪୯ରେ ସଡ଼କ ଦୁର୍ଘଟଣାରେ ଜଣେ କେନ୍ଦୁ ବିକାଳିଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମୃତ କେନ୍ଦୁ ବିକାଳି ସ୍ଥାନୀୟ ଅଞ୍ଚଳର ନିଆଳି ମନ୍ତ୍ରୀ (୬୦) ବୋଲି ଜଣାପଡ଼ିଛି। ଅନ୍ୟ ମୃତ ଗାଡ଼ି ଚାଳକଙ୍କ ନାମ ଜଣାପଡ଼ିନାହିଁ ା ଦୁର୍ଘଟଣାର ସଠିକ୍‌ କାରଣ ଜଣାପଡ଼ିନାହିଁ।

ନିଆଳି ସବୁଦିନ ଭଳି ଆଜି ରାସ୍ତାକଡ଼ରେ କେନ୍ଦୁ ବିକ୍ରି କରୁଥିଲେ ା ଏହି ସମୟରେ ଏକ ଟ୍ରାକ୍ଟର ଆସି ଠିଆ ହୋଇଥିଲା। ଟ୍ରାକ୍ଟର ଚାଳକ କେନ୍ଦୁ କିଣିବାକୁ ଓହ୍ଲାଇଥିଲେ। ଅନ୍ୟ କେତେଜଣ ମଧ୍ୟ ସେଠାରେ କେନ୍ଦୁ ପାଇଁ ଠିଆ ହୋଇଥିଲେ ା ଏହି ସମୟରେ ଏକ ଟ୍ରକ ଦ୍ରୁତଗତିରେ ଆସି ପଛପଟୁ ଧକ୍କା ଦେଇଥିଲା ା ଫଳରେ ସେମାନଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଆହତ ହୋଇଥିଲେ। ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଥିଲା। ଏହାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଛି। ତେବେ କେଉଁ ଗାଡ଼ି ଚାପାରେ ଏଭଳି ଦୁର୍ଘଟଣା ଘଟିଲା ତାହାର ତଦନ୍ତ ପରେ ଜଣାପଡ଼ିବ। ଆହତମାନଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଥିବା ଥାନାଧିକାରୀ ବିକ୍ରମ କୁମାର ଭୂୟାଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି…

ମାମୁଘର ଗାଁକୁ ଯାତ୍ରା ଦେଖିବାକୁ ଆସିଥିଲେ ଭଣଜା: ମିଳିଲା ଗୋଡ଼ହାତ ଅଲଗା ହୋଇଥିବା ମୃତଦେହ

ନନ୍ଦପୁର,୧୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା ବିଶାଖାପାଟଣା-କିରାଣ୍ଡୁଳ ସଂଯୋଗୀ କେକେ ରେଳପଥରେ ମାଳି ବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମ ନିକଟ ରେଳଧାରଣାରେ ଶନିବାର…

ବଢ଼ିଲା ତାତି: ଆଜିଠୁ ୬ ଦିନ ଅସହ୍ୟ ସ୍ଥିତି

ଭୁବନେଶ୍ୱର,୧୧ା୪(ବନ୍ଦନା ସେଠୀ):ରାଜ୍ୟରେ ପୁଣି ପାରଦ ଉପରମୁହଁା ହୋଇଛି। ଝଡ଼ବର୍ଷା କମିଯିବା ପରେ ଗରମ ଓ ଗୁଳୁଗୁଳି ଆରମ୍ଭ ହୋଇଛି। ଗୁରୁବାର ରାଜ୍ୟର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୮.୯…

ମା’ ଦଣ୍ଡକାଳୀଙ୍କ ଯାତ୍ରା: ମହୁରୀ, ଢୋଲ ଶବ୍ଦରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ) : ଆଉ ଚାରି ଦିନ ପରେ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସମାପନ ହେବ । ଆସନ୍ତା ମେରୁ ଯାତ୍ରା ପରେ ନିଜ…

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri