ରାସ୍ତାକଡ଼ରେ ବିକୁଥିଲେ କେନ୍ଦୁ: ମାଡ଼ିଗଲା ଟ୍ରକ୍‌,୨ ମୃତ; ୪ ଆହତ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ନିପୋ ଗ୍ରାମ ନିକଟସ୍ଥ କାଞ୍ଜିପାଣି ଘାଟି ଏନ୍‌ଏଚ୍‌ ୪୯ରେ ସଡ଼କ ଦୁର୍ଘଟଣାରେ ଜଣେ କେନ୍ଦୁ ବିକାଳିଙ୍କ ସମେତ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମୃତ କେନ୍ଦୁ ବିକାଳି ସ୍ଥାନୀୟ ଅଞ୍ଚଳର ନିଆଳି ମନ୍ତ୍ରୀ (୬୦) ବୋଲି ଜଣାପଡ଼ିଛି। ଅନ୍ୟ ମୃତ ଗାଡ଼ି ଚାଳକଙ୍କ ନାମ ଜଣାପଡ଼ିନାହିଁ ା ଦୁର୍ଘଟଣାର ସଠିକ୍‌ କାରଣ ଜଣାପଡ଼ିନାହିଁ।

ନିଆଳି ସବୁଦିନ ଭଳି ଆଜି ରାସ୍ତାକଡ଼ରେ କେନ୍ଦୁ ବିକ୍ରି କରୁଥିଲେ ା ଏହି ସମୟରେ ଏକ ଟ୍ରାକ୍ଟର ଆସି ଠିଆ ହୋଇଥିଲା। ଟ୍ରାକ୍ଟର ଚାଳକ କେନ୍ଦୁ କିଣିବାକୁ ଓହ୍ଲାଇଥିଲେ। ଅନ୍ୟ କେତେଜଣ ମଧ୍ୟ ସେଠାରେ କେନ୍ଦୁ ପାଇଁ ଠିଆ ହୋଇଥିଲେ ା ଏହି ସମୟରେ ଏକ ଟ୍ରକ ଦ୍ରୁତଗତିରେ ଆସି ପଛପଟୁ ଧକ୍କା ଦେଇଥିଲା ା ଫଳରେ ସେମାନଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଆହତ ହୋଇଥିଲେ। ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଥିଲା। ଏହାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଛି। ତେବେ କେଉଁ ଗାଡ଼ି ଚାପାରେ ଏଭଳି ଦୁର୍ଘଟଣା ଘଟିଲା ତାହାର ତଦନ୍ତ ପରେ ଜଣାପଡ଼ିବ। ଆହତମାନଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଯାଇଥିବା ଥାନାଧିକାରୀ ବିକ୍ରମ କୁମାର ଭୂୟାଁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri