ଦୋଳବିମାନ ଉପରକୁ ମାଡ଼ିଗଲା ଗାଡ଼ି: ୨ ମୃତ, ୬ ଆହତ

କେନ୍ଦ୍ରାପଡ଼ା ଅଫିସ, ୧୩ା୩: ଦୋଳବିମାନ କାନ୍ଧେଇ ଯାଉଥିବା ଲୋକଙ୍କ ଉପରକୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ମାଡ଼ିଯିବା ଯୋଗୁ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ ବଡ଼ମେଡିକାଲରେ ଚିକିତ୍ସା କରାଯାଉଛି। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଯମଧର ଓମଫେଡ୍‌ ଛକରେ ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। କେନ୍ଦ୍ରାପଡ଼ାଠାରୁ ପ୍ରାୟ ୧୦ କିଲୋମିଟର ଦୂର ବାଲିଆ ବଜାରର ଦୋଳ ମେଳଣ ଉତ୍ସବରେ ଏହି ବିମାନଟି ସାମିଲ ହୋଇଥିଲା। ଦୁର୍ଘଟଣା ପରେ ବାଲିଆ ବଜାର ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଗତ ନଭେମ୍ବରରେ ବାଲିଆ ବଜାରର କାର୍ତ୍ତିକେଶ୍ୱର ମେଳଣ ଉତ୍ସବରେ ବାଣ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ସହ ଶତାଧିକ ଆହତ ହୋଇଥିଲେ। ଏବେ ପୁଣି ଦୋଳ ମେଳଣ ଉତ୍ସବ ଚାଲିଥିବାବେଳେ ଅଘଟଣ ଘଟିଛି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ବାଲିଆ ବଣହରା ଗ୍ରାମର ଜୟନ୍ତ କୁମାର ଅଧିକାରୀଙ୍କ ଏହି ବିମାନ ରାତି ପ୍ରାୟ ଗୋଟାଏରେ ଉତ୍ସବ ସରିବା ପରେ ଦୋଳମେଳଣ ସ୍ଥାନରୁ ଫେରୁଥିଲା। ଏହି ସମୟରେ ଏକ ମାଛ ବୋଝେଇ ପିକଅପ୍‌ ଭ୍ୟାନ୍‌ (ଓଡି ୦୫ ଏଆର୍‌ ୯୩୦୯) ପଛପଟୁ ଆସି ଧକ୍କା ଦେଇଥିଲା। ଫଳରେ ଦୋଳବିମାନ ଭାଙ୍ଗିଯିବା ସହ ତାହାକୁ କାନ୍ଧେଇଥିବା ନିକଟସ୍ଥ ବଡ଼ଗଁାର ସୋମନାଥ ସାହୁଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏଥିସହ ଅଧିକାରୀସାହି ମଠମୁଖ୍ୟଙ୍କ ପୁଅ ଅଧିକାରୀ ଦିବ୍ୟଜ୍ୟୋତି ଦାସଙ୍କର କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଛି। ଦିବ୍ୟଜ୍ୟୋତି ମଧ୍ୟ ବିମାନ କାନ୍ଧେଇଥିଲେ। ଗୁରୁତର ୬ ଜଣଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ଦୁର୍ଘଟଣା ଘଟାଇଥିବା ପିକ୍‌ଅପ୍‌ ଭ୍ୟାନ୍‌କୁ ଛାଡ଼ି ଚାଳକ ଫେରାର ହୋଇଯାଇଛନ୍ତି। ଏ ସମ୍ପର୍କରେ ସଦର ଥାନାଧିକାରୀ ସରୋଜ କୁମାର ସାହୁ କହିଛନ୍ତି, ପିକ୍‌ଅପ୍‌ ଭ୍ୟାନକୁ ଜବତ କରାଯାଇଛି। ୨ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏଥିସହ ଏକ ଅପମୃତ୍ୟୁ ମାମଲା(ନଂ.୨୩୦/୨୩) ରୁଜୁ କରାଯାଇ ତଦନ୍ତ ଚାଲିଥିବା ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri