ଗାଧୋଇବାକୁ ଯାଇ ଭଞ୍ଜନଗର ଜଳଭଣ୍ଡାରରେ ବୁଡିଗଲେ ୬ ସାଙ୍ଗ, ୨ମୃତ

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସେମାନେ ହେଲେ ଲାଲସିଂର କାହ୍ନା ପ୍ରଧାନ ଓ ଆଶୁତୋଷ ଭୂୟାଁ । ଏହି ଘଟଣାରେ ଆଉ ୪ ଜଣ ଛାତ୍ର ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁସାରେ, ରବିବାର ଅପରାହ୍ନରେ କାହ୍ନା ପ୍ରଧାନ ଓ ଆଶୁତୋଷ ଭୂୟାଁ ସମେତ ଲାଲସିଂର ୬ ଜଣ ସାଙ୍ଗ ମିଶି ଭଂଜନଗର ଜଳଭଣ୍ଡାରରୁକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ହସ ଗମାତ ହୋଇ ପାଣିରେ ଖେଳୁଥିବା ବେଳେ କାହ୍ନା ପ୍ରଧାନ ଓ ଆଶୁତୋଷ ଭୂୟାଁ ପାଣିରେ ବୁଡ଼ି ଯାଇଥିଲେ। ଅନ୍ୟ ସାଙ୍ଗମାନେ ତାଙ୍କୁ ଖୋଜିବା ପାଇଁ ଚେଷ୍ଟା କରିଥିଲେ। କିନ୍ତୁ ନପାଇବାରୁ ଦମକଳ ବାହୀନି ଏବଂ ପୋଲିସକୁ ସୂଚନା ଦେଇଥିଲେ।

ସଂନ୍ଧ୍ୟାରେ ଭଞ୍ଜନଗର ଦମକଳ ବାହୀନି ଓ ଥାନା ଅଧିକାରୀ ଜୀବନାନନ୍ଦ ଜେନାଙ୍କ ନେତୃତ୍ୱରେ ପାଣିରେ ଖୋଜାଖୋଜି କରିବା ପରେ ସେମାନେ କାଳେ ବଞ୍ଚିଥିବା ଭାବି ତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ୍ ଅଣାଯାଇଥିଲା। ମେଡିକାଲରେ ଡାକ୍ତର କାହ୍ନା ପ୍ରଧାନ ଓ ଆଶୁତୋଷ ଭୂୟାଁଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ୪ ସାଥି ସୁରକ୍ଷିତ ଅଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri