କୂଅ ଭିତରେ ଶ୍ୱାସରୁଦ୍ଧ ହୋଇ ୨ ମୃତ

ପରଜଙ୍ଗ, ୨୨ା୭(ନିଗମାନନ୍ଦ ଦଳବେହେରା): କୂଅ ସଫେଇ ଚାଲିଥିବା ବେଳେ ଅଣନିଃଶ୍ୱାସୀ ହୋଇ ଖସିପଡ଼ିଲେ ଶ୍ରମିକ। ତାଙ୍କୁ ଉଦ୍ଧାର କରିବାକୁ ଯାଇଥିବା ମାଲିକ ମଧ୍ୟ ଫସିଗଲେ। ଶ୍ୱାସରୁଦ୍ଧ ହୋଇ ଘଟଣାସ୍ଥଳରେ ଚାଲିଗଲା ୨ ଜଣଙ୍କ ଜୀବନ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ସରକିଶୋରପାଳ ଗ୍ରାମରେ ଶୁକ୍ରବାର ମଧ୍ୟାହ୍ନରେ ଘଟିଛି ଏଭଳି ଏକ ଦୁଃଖଦ ଘଟଣା। ମୃତକ ହେଲେ କୂଅ ମାଲିକ ଶଶିଭୂଷଣ ସାହୁ (୫୨) ଏବଂ ଶ୍ରମିକ ଭଜମନ ବେହେରା (୪୫)।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ଶଶିଭୂଷଣଙ୍କ କୂଅ ସଫେଇ କରିବା ଲାଗି ଶ୍ରମିକ ଭଜମନକୁ ଡାକିଥିଲେ। ମଧ୍ୟାହ୍ନରେ ଭଜମନ କୂଅ ଭିତରେ ପଶି ସଫା କରୁଥିବାବେଳେ ହଠାତ୍‌ ଅଣନିଃଶ୍ୱାସୀ ହୋଇ ଖସିପଡ଼ିଥିଲେ। ଡାକିବା ସତ୍ତ୍ୱେ ଭଜମନଙ୍କ ନିକଟରୁ କୌଣସି ଉତ୍ତର ନ ଆସିବାରୁ ବ୍ୟସ୍ତବିବ୍ରତ ଶଶିଭୂଷଣ ତାଙ୍କୁ ଉଦ୍ଧାର କରିବାକୁ କୂଅ ଭିତରକୁ ପଶିଯାଇଥିଲେ। ହେଲେ ସେ ମଧ୍ୟ ଫସିଯାଇଥିଲେ। ଉଭୟେ ବାହାରକୁ ଆସିବାରେ ବିଳମ୍ବ ହେବାରୁ ବାହାରେ ଥିବା ଲୋକେ ବ୍ୟସ୍ତ ବିବ୍ରତ ହୋଇପଡ଼ିଥିଲେ। ଭିତରେ ଅଘଟଣ ଘଟିଥିବା ଆଶଙ୍କାରେ ଅଗ୍ନିଶମ ବାହିନୀକୁ ସୂଚନା ଦିଆଯାଇଥିଲା। ଦୀର୍ଘ ସମୟ କସରତ ପରେ ଅଗ୍ନିଶମ କର୍ମଚାରୀ କୂଅରେ ପଶି ଦୁଇଜଣଙ୍କୁ ବାହାରକୁ ଆଣିଥିଲେ। ହେଲେ ସେତେବେଳକୁ ଉଭୟଙ୍କ ମୃତ୍ୟୁ ହୋଇସାରିଥିଲା। ଦଦରାଘାଟି ଫାଣ୍ଡି ଅଧିକାରୀ ଶକ୍ତି ପ୍ରସାଦ ସାହୁ, ଗେଙ୍ଗୁଟିଆ ରାଜସ୍ବ ନିରୀକ୍ଷକ ବିବେକାନନ୍ଦ ସାହୁ ଘଟଣାସ୍ଥଳରେ ତଦନ୍ତ କରିଛନ୍ତି। ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ଏ ସଂକ୍ରାନ୍ତରେ ଥାନାରେ ଏକ ମାମଲା ରୁଜୁ ହୋଇଛି। ଅନ୍ୟପଟେ କୂଅ ସଫେଇ ବେଳେ ଦୁଇ ଦୁଇଟି ଜୀବନ ଚାଲିଥିବା ଘଟଣା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri