Posted inଜାତୀୟ

ଜବରଦଖଲ ଉଚ୍ଛେଦ ବେଳେ ଗଲା ୨ ଜୀବନ

ଗୁଆହାଟୀ, ୨୩।୯: ଆସାମର ଢୋଲପୁର ଗୋରୁଖୁଟି ଅଞ୍ଚଳରେ ଗୁରୁବାର ବେଆଇନ ଜବରଦଖଲ ଉଚ୍ଛେଦ ଉଦ୍ୟମ ବେଳେ ସଂଘର୍ଷ ଘଟଛି। ପୋଲିସ ଗୁଳିରେ ୨ ଜଣ ସ୍ଥାନୀୟ ବାସିନ୍ଦାଙ୍କ ମୃତ୍ୟୁ ହୋଇଥିବା ବେଳେ ଟେକାମାଡ଼ରେ ୯ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି।

ଖବର ଅନୁଯାୟୀ ରାଜ୍ୟ ଫାର୍ମିଂ ପ୍ରୋଜେକ୍ଟର ଏକ ଜମିରୁ ବେଆଇନ ଜବରଦଖଲ ହଟାଇବା ପାଇଁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଥିଲା। ତଦନୁଯାୟୀ ଗୁରୁବାର ମଧ୍ୟାହ୍ନରେ ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ ପ୍ରଶାସନିକ ଅଧିକାରୀ। ହଜାର ହଜାର ସ୍ଥାନୀୟ ଲୋକ ସେଠାରେ ରୁଣ୍ଡ ହୋଇ ଉଚ୍ଛେଦ ବିରୋଧରେ ସ୍ଲୋଗାନ ଦେଇଥିଲେ। କେତେକ ପ୍ରତିବାଦକାରୀ ପୋଲିସ ଉପରକୁ ଟେକାମାଡ଼ କରିବା ସହ ଆକ୍ରମଣ କରିଥିଲେ। ଫଳରେ ପୋଲିସ ଫାଙ୍କା ଗୁଳି ଚଳାଇବା ସହ ଲୁହବୁହା ଗ୍ୟାସ୍‌ ଛାଡ଼ିଥିଲା। ପୋଲିସ ଗୁଳିରେ ଆହତ ୨ ଜଣଙ୍କୁ ହସ୍ପିଟାଲ ନିଆଯାଇଥିଲା।

ଢୋଲପୁର ବାସିନ୍ଦାଙ୍କ ଉପରେ ପୋଲିସର ଗୁଳିମାଡ଼ ଘଟଣାକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିନ୍ଦା କରିଛନ୍ତି। ଏହା ଆସାମ ପ୍ରାୟୋଜିତ ଗୁଳିକାଣ୍ଡ ବୋଲି ସେ କହିଛନ୍ତି। କୋଭିଡ୍‌ ମହାମାରୀ ସମୟରେ ଜବରଦଖଲ ଉଚ୍ଛେଦ ଅମାନବୀୟ କାର୍ଯ୍ୟ ବୋଲି ଆସାମ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭୁପେନ କୁମାର ବୋରା ମତ ଦେଇଛନ୍ତି। ମହାମାରୀ ସମୟରେ ଉଚ୍ଛେଦ ନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ୧୯୭୦ରୁ ଉକ୍ତ ଜମିରେ ରହିଆସୁଥିବା ଲୋକଙ୍କୁ ଉଚ୍ଛେଦ କରିବା ପୂର୍ବରୁ ସେମାନଙ୍କ ଥଇଥାନ ବ୍ୟବସ୍ଥା କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri