ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ ଜଣେ ଉପରସାଜା ଗ୍ରାମର ଯୋଗେଶ ମିଣିଆକା(୨୫) ଏବଂ ଆଉ ଜଣଙ୍କର ପରିଚୟ ମିଳିନାହିଁ। ତେବେ ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

ମିଳିଥିବା ସୂଚନା ଅନୁଯାୟୀ, କୃଷ୍ଣନଗର ଗାଁ ଛକରେ ଏକ ଟ୍ରାକ୍ଟରରେ କାଠ ବୋଝେଇ କରୁଥିଲେ ଯୋଗେଶ। ସାରେ କାଠ ବୋଝେଇ କରୁଥିବା ବେଳେ ସିକରପାଇଠାରୁ ଏକ ବାଇକ୍‌ ଦ୍ରୁତ ଗତିରେ ଆସି ଟ୍ରାକ୍ଟର ନିକଟରେ ଠିଆ ହୋଇଥିବା ଯୋଗେଶଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିଲା। ବର୍ତ୍ତମାନ କ୍ଷତିପୁରଣ ଦାବିରେ ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ବାସିନ୍ଦା। ଘଟଣାସ୍ଥଳରେ କଲ୍ୟାଣସିଂହପୁର ଥାନା ଆଇଆଇସି ନୀଳକଣ୍ଠ ବେହେରା ପହଞ୍ଚି ତଦନ୍ତ କରିବା ସହିତ ଲୋକଙ୍କୁ ବୁଝାସୁଝା କରୁଛନ୍ତି। ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ କରି ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri