Posted inଭଦ୍ରକ

ଗଛରେ ପିଟିହେଲା ବାଇକ୍‌: ଚାଲିଗଲା ୨ ଜୀବନ

ତିହିଡ଼ି,୨ା୧୨(ସ୍ବ.ପ୍ର.)-ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମର ପ୍ରସନ୍ନ ମଲିକ(୧୯) ଓ ନାୟକାଣିଡିହୀ ଥାନା ଅନ୍ତର୍ଗତ ଭଞ୍ଜସାହିର ଧର୍ମପଦ ମଲିକ(୧୯)ଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ମୁତାବକ ପ୍ରସନ୍ନ ଓ ଧର୍ମପଦ ଉଭୟ ଗୋଟିଏ ବାଇକ୍‌ରେ ମଙ୍ଗଳବାର ଘଟଗାଁ ବୁଲିବାକୁ ଯାଇଥିଲେ। ସେଠାରୁ ସେମାନେ ନିକଟସ୍ଥ ଗୁଣ୍ଡିଚାଘାଗୀ ଜଳପ୍ରପାତକୁ ବୁଲିବାକୁ ଯାଇଥିଲେ। ସେଠାରୁ ଫେରିବାବେଳେ ବଣ ଚକୁଳିଆ ନିକଟରେ ଭାରସାମ୍ୟ ହରାଇ ବାଇକ୍‌ଟି ରାସ୍ତା କଡରେ ଥିବା ଏକ ଗଛରେ ପିଟି ହେବା ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ। ଖବରପାଇ ଅଗ୍ନିଶମ ବାହିନୀ ଉଭୟଙ୍କୁ ଉଦ୍ଧାର କରି ଡାକ୍ତରଖାନା ଆଣିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ତିହିଡ଼ି ଓ ନାୟକଣିଡିହୀ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri