ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ ଗୋଳନ୍ଥରା ଗ୍ରାମର ରୋହିତ ଦାସ ଓ କାଳିଆ ଦାସ l ଏହି ଘଟଣାରେ ଗୁରୁବାର ୧୬ ନ ଜାତୀୟ ରାଜପଥରେ ଦୁଇ ମୃତଦେହ ରଖି କ୍ଷତି ପୂରଣ ଦାବି କରି ପରିବାର ଓ ସ୍ଥାନୀୟ ଲୋକ ରାସ୍ତା ଅବରୋଧ କରିଥିଲେ।
ସୂଚନା ଅନୁସାରେ, ଗୋଳନ୍ଥରା ଥାନା ଅଧିନସ୍ଥ ବୁଧବାର କନିସି-ତୁଳୁ ରାସ୍ତାରେ ବୁଧବାର ମଧ୍ୟାହ୍ନ ସମୟ ଦାସପୁର ଛକ ନିକଟରେ ଦୁଇ ବାଇକ ମୁହାଁମୁହଁ ଧକ୍କା ହୋଇ ଗୋଳନ୍ଥରା ଗ୍ରାମର ନିରାକାର ଦାସ ଓ ସୟନ ଦାସ ମୃତ୍ୟୁ ଘଟିଥିଲା। ଗୁରୁବାର ବ୍ରହ୍ମପୁର ବଡ଼ ମେଡିକାଲରେ ଉଭୟଙ୍କ ମୃତଦେହକୁ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ପୋଲିସ ହସ୍ତାନ୍ତର କରିଥିଲେ। ପରିବାର ଲୋକ ନିରାକାର ଓ ସୟନ ମୃତଦେହକୁ ନେଇ ୧୬ନ ଜାତୀୟ ରାଜ ଗୋଳନ୍ଥରା ଗ୍ରାମମୁହଁରେ ରଖି ବିଜେଡି ରାଲିକୁ ଯାଇ ୨ଜଣଙ୍କ ଦୁର୍ଘଟଣାରେ ହୋଇ ମୃତ୍ୟୁ ହୋଇଥିବା ପରିବାର ଅଭିଯୋଗ କରିଛନ୍ତି। ପରିବାର ଲୋକ ମୃତଦେହକୁ ନେଇ ୧୬ ନ ଜାତୀୟ ରାଜପଥରେ ରଖି ୨୦ ଲ ଟଙ୍କା କ୍ଷତି ପୂରଣ ଦାବି କରିଥିଲେ। ଏକ ଘଣ୍ଟା ଧରି ଉଭୟ ରାସ୍ତାରେ ଶହ ଶହ ଟ୍ରକ ଅଟକି ରହିଥିଲା ।ଖବର ପାଇ ବ୍ରହ୍ମପୁର ସଦର ଏସଡିପିଓ ସୁବ୍ରଂଶୁ ଶେଖର ପରିଡା, ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ଓ ଅନ୍ୟ ପୋଲିସ ଅଧିକାରୀ ପହଞ୍ଚିଥିଲେ। ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ୍ୟ ସମାଧାନ ବାଟ ବାହାରି ନ ଥିଲା l ବ୍ରହ୍ମପୁର ଅତିରିକ୍ତ ଏସପି ରମେଶ ସେଠି ଓ କନିସି ଅତିରିକ୍ତ ତହସିଲଦାର ସୋମେଶ କୁମାର ରଣବିଜୁଳି ଘଟଣା ସ୍ଥଳରେ ପହଂଚି ଉତାକ୍ତ ଲୋକକୁ ଆଲୋଚନା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା l ରେଡକ୍ରସ ପାଣ୍ଠିରୁ ରୋହିତ ଓ କାଳିଆଙ୍କ ପରିବାର ଲୋକକୁ ୨୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଦୁର୍ଘଟଣା ୧୫ ଦିନ ମଧ୍ୟରେ ସହାୟତା କରାଯିବ ଓ ତଦନ୍ତ କରି ଦୋଷୀଙ୍କ ବିରୋଧ କଡା କାର୍ଯ୍ୟନୁଷ୍ଠାନ କରାଯିବ ବୋଲି କୁହାଯାଇଥିଲା l ପରେ ରାସ୍ତାରୋକୋ ହଟିବା ସହ ଉଭୟ ରାସ୍ତା ଯାତାୟାତ ସ୍ବାଭାବିକ ହୋଇଥିଲା l ଏ ନେଇ ଥାନା କେଶ ଏକ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛିସ୍‌। ଦୁର୍ଘଟଣା ଘଟିଥିବା ବାଇକ ପୋଲିସ ନିଜ ହେପାଜାତ କୁ ନେଇ ଥିବା ଜଣାପଡିଛି


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri