ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସମେତ ୨ ମୃତ

ପରଜଙ୍ଗ, ୧୧ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ. ଜାତୀୟ ରାଜପଥର ମୁଣ୍ଡେଇଲୋ ଗଁା ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଉପରେ କୋଇଲା ବୋଝେଇ ଟ୍ରକ୍‌ (ନଂ. ଓଡ଼ି ୧୯ ଏଚ୍‌ ୪୦୮୨) ମାଡ଼ିଯିବାରୁ ସରାଙ୍ଗସ୍ଥିତ ମୋନାଲିସା ପେଟ୍ରୋଲ୍‌ ପମ୍ପ କର୍ମଚାରୀ ମାମୁଦ ସାହୁ (୪୫) ଏବଂ ଆଠଗଡ଼ ଧାଈପୁର ଗ୍ରାମର ଅଶୋକ ମହାରଣା (୩୫)ଙ୍କ ମୃତ୍ୟୁ ଘଟିଛି।
ପରଜଙ୍ଗ ଥାନା କନ୍ତୋର ଗ୍ରାମର ମାମୁଦ ପୂର୍ବାହ୍ନରେ ଫିଲିଂ ଷ୍ଟେଶନକୁ ଯିବା ଲାଗି ଗାଡ଼ିକୁ ଅପେକ୍ଷା କରିଥିଲେ। ଏହି ସମୟରେ ଆଠଗଡ଼ ଧାଈପୁର ଗ୍ରାମର ଅଶୋକ ବାଇକ୍‌ରେ ତାଳଚେର ଆଡ଼କୁ ଯାଉଥିବାବେଳେ ତାଙ୍କୁ ମାମୁଦ ଲିଫ୍ଟ ମାଗିଥିଲେ। ଉଭୟେ ଗନ୍ତବ୍ୟ ପଥରେ ଯାଉଥିବାବେଳେ ତାଳଚେର ପାର୍ଶ୍ୱରୁ ଦ୍ରୁତଗତିରେ ଆସୁଥିବା ଉକ୍ତ କୋଇଲା ବୋଝେଇ ଟ୍ରକ୍‌ ଧକ୍କା ଦେଇଥିଲା। ଏଥିରେ ଉଭୟଙ୍କ ଗୋଡ଼ ଛିଣ୍ଡିଯାଇଥିଲା। ସ୍ଥାନୀୟ ବାସିନ୍ଦା ସେମାନଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଦୁର୍ଘଟଣା ଘଟାଇ ଟ୍ରକ୍‌ଟି ଫେରାର ହୋଇଯାଉଥିବାବେଳେ ପୋଲିସ ପିଛା କରି ଏହାକୁ ଧରିଥିଲା। ଡ୍ରାଇଭରଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ପରଜଙ୍ଗ ଥାନାରେ ଏକ ମାମଲା ରୁଜୁ ହୋଇଛି।
ମୃତ ମାମୁଦଙ୍କ ସ୍ତ୍ରୀ ଏବଂ ଦେଢ଼ବର୍ଷର ପୁଅ ଅଛନ୍ତି। ଲିଫ୍ଟ ମାଗି ଗନ୍ତବ୍ୟସ୍ଥଳକୁ ଯିବା ସମୟରେ ତାଙ୍କର ଏଭଳି ମୃତ୍ୟୁରେ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି। ଏହି ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ

ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ…

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?