ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ସମେତ ୨ ମୃତ

ପରଜଙ୍ଗ, ୧୧ା୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୫୩ ନଂ. ଜାତୀୟ ରାଜପଥର ମୁଣ୍ଡେଇଲୋ ଗଁା ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଉପରେ କୋଇଲା ବୋଝେଇ ଟ୍ରକ୍‌ (ନଂ. ଓଡ଼ି ୧୯ ଏଚ୍‌ ୪୦୮୨) ମାଡ଼ିଯିବାରୁ ସରାଙ୍ଗସ୍ଥିତ ମୋନାଲିସା ପେଟ୍ରୋଲ୍‌ ପମ୍ପ କର୍ମଚାରୀ ମାମୁଦ ସାହୁ (୪୫) ଏବଂ ଆଠଗଡ଼ ଧାଈପୁର ଗ୍ରାମର ଅଶୋକ ମହାରଣା (୩୫)ଙ୍କ ମୃତ୍ୟୁ ଘଟିଛି।
ପରଜଙ୍ଗ ଥାନା କନ୍ତୋର ଗ୍ରାମର ମାମୁଦ ପୂର୍ବାହ୍ନରେ ଫିଲିଂ ଷ୍ଟେଶନକୁ ଯିବା ଲାଗି ଗାଡ଼ିକୁ ଅପେକ୍ଷା କରିଥିଲେ। ଏହି ସମୟରେ ଆଠଗଡ଼ ଧାଈପୁର ଗ୍ରାମର ଅଶୋକ ବାଇକ୍‌ରେ ତାଳଚେର ଆଡ଼କୁ ଯାଉଥିବାବେଳେ ତାଙ୍କୁ ମାମୁଦ ଲିଫ୍ଟ ମାଗିଥିଲେ। ଉଭୟେ ଗନ୍ତବ୍ୟ ପଥରେ ଯାଉଥିବାବେଳେ ତାଳଚେର ପାର୍ଶ୍ୱରୁ ଦ୍ରୁତଗତିରେ ଆସୁଥିବା ଉକ୍ତ କୋଇଲା ବୋଝେଇ ଟ୍ରକ୍‌ ଧକ୍କା ଦେଇଥିଲା। ଏଥିରେ ଉଭୟଙ୍କ ଗୋଡ଼ ଛିଣ୍ଡିଯାଇଥିଲା। ସ୍ଥାନୀୟ ବାସିନ୍ଦା ସେମାନଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଦୁର୍ଘଟଣା ଘଟାଇ ଟ୍ରକ୍‌ଟି ଫେରାର ହୋଇଯାଉଥିବାବେଳେ ପୋଲିସ ପିଛା କରି ଏହାକୁ ଧରିଥିଲା। ଡ୍ରାଇଭରଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ପରଜଙ୍ଗ ଥାନାରେ ଏକ ମାମଲା ରୁଜୁ ହୋଇଛି।
ମୃତ ମାମୁଦଙ୍କ ସ୍ତ୍ରୀ ଏବଂ ଦେଢ଼ବର୍ଷର ପୁଅ ଅଛନ୍ତି। ଲିଫ୍ଟ ମାଗି ଗନ୍ତବ୍ୟସ୍ଥଳକୁ ଯିବା ସମୟରେ ତାଙ୍କର ଏଭଳି ମୃତ୍ୟୁରେ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି। ଏହି ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri