ବେଆଇନ ପଥର ଖାଦାନରେ ଅତଡ଼ା ଖସି ଶିଶୁ ଶ୍ରମିକ ସମେତ ୨ ମୃତ

ଯାଜପୁର ଅଫିସ,୧।୬: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବେଆଇନ କଳାପଥର ଖାଦାନ ମରଣଯନ୍ତା ପାଲଟିଛି। ରାଜସ୍ବ ବିଭାଗ, କେତେଜଣ ପୋଲିସ ଅଧିକାରୀ ବେଆଇନ ଖାଦାନ ମାଲିକଙ୍କ ବିରୋଧ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ଓଲଟା ସହଯୋଗ କରୁଥିବାରୁ ନୀରିହ ଶ୍ରମିକମାନଙ୍କ ଜୀବନ ଯାଉଛି। ଏହି କ୍ରମରେ ମଙ୍ଗଳବାର ବିଳମ୍ବିତ ରାତିରେ ଜେନାପୁର ଥାନା ଅଧୀନ ଚଢ଼େଇଧରା ନିକଟରେ ଥିବା ଲୁଣିବର ମୌଜା ପଥର ଖାଦାନରେ ଅତଡା ଖସି ଜଣେ ଶିଶୁ ଶ୍ରମିକଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି।
ସୂଚନା ଅନୁଯାୟୀ,ଲୁଣିବର ମୌଜାର ଏକ କଳାପଥର ଖାଦାନରେ ବିଳମ୍ବିତ ରାତିରେ ମେଶିନ ଲଗାଇ କଳାପଥର ଲୁଟ୍‌ ହେଉଥିଲା। ସେଠାରୁ ବିପୁଳ ପରିମାଣର କଳାପଥର ଚୋରାଚାଲାଣ ହୋଇସାରିଥିଲା। ସରକାରଙ୍କ ଏହି ମୂଲ୍ୟବାନ ସମ୍ପଦର ସୁରକ୍ଷା ଦାୟିତ୍ୱରେ ଥିବା ପୋଲିସ ଓ ତହସିଲ ପ୍ରଶାସନ ଜାଣିଶୁଣି ଆଖି ବୁଜି ଦେଇଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଉକ୍ତ ବେଆଇନ ଖାଦାନରେ ପଥର ବ୍ୟବସାୟୀ ମେଶିନ ଅପରେଟର କେନ୍ଦୁଝର ଜିଲା ତେଲକୋଇ ଗ୍ରାମର ଶାନ୍ତନୁ ଖିଲାରଙ୍କ ସହ ଜଣେ ଶିଶୁ ଶ୍ରମିକ ଓ ଅନ୍ୟମାନଙ୍କୁ କାମରେ ନିୟୋଜିତ କରିଥିଲେ। ବ୍ଲାଷ୍ଟିଂ କରି ସାରିବା ପରେ ମେଶିନରେ ପଥର ଉତ୍ତୋଳନ କରି ଗାଡ଼ିରେ ଅପ୍‌ଲୋଡିଂ ଚାଲିଥିଲା। ଏହି ସମୟରେ ଉପରୁ ହଠାତ୍‌ ପଥର ଅତଡା ଖସି ମେଶିନ ଅପରେଟର ଖିଲାର ଏବଂ ଶିଶୁ ଶ୍ରମିକଙ୍କ ଉପରେ ପଡିଥିଲା। ଫଳରେ ମେଶିନ ଅପରେଟର ଖିଲାରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଶିଶୁ ଶ୍ରମିକଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। କିଛି ସମୟ ପରେ ସେହି ଶିଶୁ ଶ୍ରମିକଙ୍କ ମଧ୍ୟ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା।
ଖବର ପାଇ ଜେନାପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ଗତ ପ୍ରାୟ ୭ରୁ ୮ ବର୍ଷ ମଧ୍ୟରେ ଏପରି ବେଆଇନ କଳାପଥର ଖାଦାନରେ ୨୫ରୁ ଊର୍ଦ୍ଧ୍ୱ ଶ୍ରମିକ ଓ ଅପରେଟରଙ୍କ ଜୀବନ ଯାଇଛି। ଅଧିକାଂଶ ଦୁର୍ଘଟଣା ପରେ ମୃତକଙ୍କ ପରିବାରବର୍ଗଙ୍କୁ କିଛି ପ୍ରଲୋଭନ ଦେଖାଇ ମାମଲାଗୁଡିକୁ ଚାପି ଦିଆଯାଇଛି। କେତେକାଂଶରେ ପଥର ବ୍ୟବସାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିଲେ ହେଁ ବେଆଇନ ଖାଦାନଗୁଡିକୁ ବନ୍ଦ କରିବାକୁ ସେତେଟା ଉଦ୍ୟମ କରାଯାଇନାହିଁ। ଫଳରେ ମୃତକଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି ପାଉଥିବା ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?