ମହିଳା କନଷ୍ଟେବଲ୍‌ଙ୍କ ସମେତ ୨ ମୃତ

ସାକ୍ଷୀଗୋପାଳ,୭ା୯ (ଡି.ଏନ୍‌.ଏ./ସ୍ବ.ପ୍ର.): ପୁରୀ- ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ମହିଳା କନଷ୍ଟେବଳଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ମହିଳାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକଦ୍ୱୟ ହେଲେ ସତ୍ୟବାଦୀ ଥାନା ଅନ୍ତର୍ଗତ ହୋତା ସାହି (ଗୋପାଳପୁର ପାଟଣା) ଗ୍ରାମର ସୁଷମା ମିଶ୍ର(୪୨) ଓ ତାଙ୍କ ଘରେ ରହୁଥିବା ସମ୍ପର୍କୀୟ ସୂର୍ଯ୍ୟକାନ୍ତ ସାହୁ (୨୮)। ସୁଷମା କୋଣାର୍କ କୋର୍ଟରେ କନଷ୍ଟେବଳ ରୂପେ କାର୍ଯ୍ୟରତା ଥିଲେ। ଖବରପାଇ ସତ୍ୟବାଦୀ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଗୁରୁତରଙ୍କୁ ମେଡିକାଲ ପଠାଇବା ସହ ଘଟଣାର ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ସୁଷମାଙ୍କ ଭଣଜା ଜଟଣୀ ଥାନା ଅନ୍ତର୍ଗତ ବାଛେରା ଗ୍ରାମର ଜ୍ୟୋତି ରଞ୍ଜନ ଦାସ (୩୨)ଙ୍କ ପରଲୋକ ହୋଇଥିଲା। ପୁରୀ ସ୍ବର୍ଗଦ୍ୱାରରେ ଭଣଜାଙ୍କ ସତ୍କାର ଥିବାରୁ ସୁଷମାଙ୍କ ପରିବାର ଲୋକ ସୋମବାର ରାତିରେ ଯାଇଥିଲେ। କାର୍ଯ୍ୟ ସାରି ମଙ୍ଗଳବାର ସୁଷମା ତାଙ୍କ ପୁଅ ଚିନ୍ମୟ ପ୍ରସାଦ ଆଚାର୍ଯ୍ୟ (୧୮) ଓ ସମ୍ପର୍କୀୟ ସୂର୍ଯ୍ୟକାନ୍ତଙ୍କ ସହ ବାଇକ୍‌ (ନଂ.ଓଡି ୧୩ ପି ୯୬୭୫) ଯୋଗେ ଘରକୁ ଫେରୁଥିଲେ। ଅପରାହ୍ନ ୪ଟା ୨୦ରେ ଭାରସାମ୍ୟ ହରାଇ ବାଇକ୍‌ଟି ବୀରଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ଠିଆ ହୋଇଥିବା ଏକ ଟ୍ରକ (ନଂ.ଓଡି ୦୧ ଓ୍ବାଇ ୯୮୫୫) ପଛରେ ପିଟି ହୋଇଯାଇଥିଲା। ଫଳରେ ୩ଜଣ ବାଇକ୍‌ରୁ ଛିଟିକି ପଡ଼ି ଗୁରୁତର ହୋଇଥିଲେ। ଖବରପାଇ ଜାତୀୟ ରାଜପଥ ପାଟ୍ରୋଲିଂ କରୁଥିବା ପୋଲିସ ଅଧିକାରୀ ସର୍ବେଶ୍ୱର ପ୍ରଧାନ ଓ ତାଙ୍କ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରିଥିଲେ। ଆମ୍ବୁଲାନ୍ସ ଦୀର୍ଘ ସମୟ ପର୍ଯ୍ୟନ୍ତ ନ ପହଞ୍ଚତ୍ବାରୁ କିଛି ସମୟ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ଅଗ୍ନିଶମ ବିଭାଗ ଅଧିକାରୀ ମନୋଜ ପାତ୍ର ଓ ଟିମ୍‌ ମଧ୍ୟ ପହଞ୍ଚି ଗୁରୁତରଙ୍କୁ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସୁଷମା ଓ ସୂର୍ଯ୍ୟକାନ୍ତଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଗୁରୁତର ଚିନ୍ମୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ସତ୍ୟବାଦୀ ପୋଲିସ ଦୁର୍ଘଟଣାଗ୍ରସ୍ତ ୨ଗାଡ଼ିକୁ ଜବତ କରିଛି। ଏଥି ଯୋଗୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri