ମହିଳା କନଷ୍ଟେବଲ୍‌ଙ୍କ ସମେତ ୨ ମୃତ

ସାକ୍ଷୀଗୋପାଳ,୭ା୯ (ଡି.ଏନ୍‌.ଏ./ସ୍ବ.ପ୍ର.): ପୁରୀ- ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ମହିଳା କନଷ୍ଟେବଳଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ମହିଳାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକଦ୍ୱୟ ହେଲେ ସତ୍ୟବାଦୀ ଥାନା ଅନ୍ତର୍ଗତ ହୋତା ସାହି (ଗୋପାଳପୁର ପାଟଣା) ଗ୍ରାମର ସୁଷମା ମିଶ୍ର(୪୨) ଓ ତାଙ୍କ ଘରେ ରହୁଥିବା ସମ୍ପର୍କୀୟ ସୂର୍ଯ୍ୟକାନ୍ତ ସାହୁ (୨୮)। ସୁଷମା କୋଣାର୍କ କୋର୍ଟରେ କନଷ୍ଟେବଳ ରୂପେ କାର୍ଯ୍ୟରତା ଥିଲେ। ଖବରପାଇ ସତ୍ୟବାଦୀ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଗୁରୁତରଙ୍କୁ ମେଡିକାଲ ପଠାଇବା ସହ ଘଟଣାର ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ସୁଷମାଙ୍କ ଭଣଜା ଜଟଣୀ ଥାନା ଅନ୍ତର୍ଗତ ବାଛେରା ଗ୍ରାମର ଜ୍ୟୋତି ରଞ୍ଜନ ଦାସ (୩୨)ଙ୍କ ପରଲୋକ ହୋଇଥିଲା। ପୁରୀ ସ୍ବର୍ଗଦ୍ୱାରରେ ଭଣଜାଙ୍କ ସତ୍କାର ଥିବାରୁ ସୁଷମାଙ୍କ ପରିବାର ଲୋକ ସୋମବାର ରାତିରେ ଯାଇଥିଲେ। କାର୍ଯ୍ୟ ସାରି ମଙ୍ଗଳବାର ସୁଷମା ତାଙ୍କ ପୁଅ ଚିନ୍ମୟ ପ୍ରସାଦ ଆଚାର୍ଯ୍ୟ (୧୮) ଓ ସମ୍ପର୍କୀୟ ସୂର୍ଯ୍ୟକାନ୍ତଙ୍କ ସହ ବାଇକ୍‌ (ନଂ.ଓଡି ୧୩ ପି ୯୬୭୫) ଯୋଗେ ଘରକୁ ଫେରୁଥିଲେ। ଅପରାହ୍ନ ୪ଟା ୨୦ରେ ଭାରସାମ୍ୟ ହରାଇ ବାଇକ୍‌ଟି ବୀରଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ଠିଆ ହୋଇଥିବା ଏକ ଟ୍ରକ (ନଂ.ଓଡି ୦୧ ଓ୍ବାଇ ୯୮୫୫) ପଛରେ ପିଟି ହୋଇଯାଇଥିଲା। ଫଳରେ ୩ଜଣ ବାଇକ୍‌ରୁ ଛିଟିକି ପଡ଼ି ଗୁରୁତର ହୋଇଥିଲେ। ଖବରପାଇ ଜାତୀୟ ରାଜପଥ ପାଟ୍ରୋଲିଂ କରୁଥିବା ପୋଲିସ ଅଧିକାରୀ ସର୍ବେଶ୍ୱର ପ୍ରଧାନ ଓ ତାଙ୍କ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରିଥିଲେ। ଆମ୍ବୁଲାନ୍ସ ଦୀର୍ଘ ସମୟ ପର୍ଯ୍ୟନ୍ତ ନ ପହଞ୍ଚତ୍ବାରୁ କିଛି ସମୟ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ଅଗ୍ନିଶମ ବିଭାଗ ଅଧିକାରୀ ମନୋଜ ପାତ୍ର ଓ ଟିମ୍‌ ମଧ୍ୟ ପହଞ୍ଚି ଗୁରୁତରଙ୍କୁ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସୁଷମା ଓ ସୂର୍ଯ୍ୟକାନ୍ତଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଗୁରୁତର ଚିନ୍ମୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ସତ୍ୟବାଦୀ ପୋଲିସ ଦୁର୍ଘଟଣାଗ୍ରସ୍ତ ୨ଗାଡ଼ିକୁ ଜବତ କରିଛି। ଏଥି ଯୋଗୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri