ପୃଥକ୍‌ ଦୁର୍ଘଟଣାରେ ୨ ମୃତ, ଜଣେ ଗୁରୁତର

ପାଟଣା,୨୫ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା କେନ୍ଦୁଝର ତୁରୁମୁଙ୍ଗା ୪୯ ନମ୍ବର ମୁମ୍ବାଇ କୋଲକାତା ଜାତୀୟ ରାଜପଥର ହାତୀବାରି ମଣ୍ଟୁ ଢାବା ନିକଟରେ ମଙ୍ଗଳବାର ଭୋର୍‌ ସକାଳୁ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରିନାହିଁ। ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଗାଡ଼ି ଫେରାର ହୋଇଯାଇଛି।
ଅନୁରୂପ ଭାବେ କେନ୍ଦୁଝର ଜିଲା ପାଟଣା ବ୍ଲକ ମୀରିଖୋଜି ପଞ୍ଚାୟତ ଅସନବାହାଳୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛକ ନିକଟରେ ସୋମବାର ରାତିରେ ଏକ ଟ୍ରାକ୍ଟର ପଥର ଉପରକୁ ଚଢ଼ାଇ ଦେବା ଫଳରେ ଟ୍ରାକ୍ଟର ଓଲଟି ଖାଲରେ ପଡ଼ିଯାଇଥିଲ। ଘଟଣାସ୍ଥଳରେ ଟ୍ରାକ୍ଟର ଇଞ୍ଜିନ ତଳେ ତଳେ ଚାପି ହୋଇ ଡ୍ରାଇଭରଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ନାବାଳକ ଶଳା ଗୁରୁତର ହୋଇଛନ୍ତି। ମୃତ ଡ୍ରାଇଭର ଜଣକ ହେଉଛନ୍ତି ଅସନ ବାବାହାଳୀ ଭୂମିଜ ସାହିର ବିଶୁ ଭୂମିଜଙ୍କ ପୁଅ ରାଜେଶ ଓରଫ ମିଟୁ (୨୨)। ଗୁରୁତର ନାବାଳକ ଜଣକ ହେଉଛନ୍ତି ରାଜେଶ୍ୱର ନାବାଳକ ଶଳା। ତାଙ୍କ ଘର ଉଦୟପୁର ବୋଲି ଜଣାପଡ଼ିଛି। ପୋଲିସ ଓ ଦମକଳ ବାହିନୀ ନାବାଳକଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି। ପାଟଣା ଥାନା ଏଏସ୍‌ଆଇ ଧନେଶ୍ୱର ପାତ୍ର ଜେସିବି ମେଶନରେ ଟ୍ରାକ୍ଟର ତଳୁ ମୃତଦେହ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri