Posted inଜାତୀୟ

ଜଳିଗଲା ବସ୍: ଦୁଇ ମୃତ, ଝରକା ଡେଇଁ ଜୀବନ ବଞ୍ଚାଇଲେ ଅନେକ ଯାତ୍ରୀ

ନୂଆଦିଲ୍ଲୀ,୮ା୧୧: ଦିଲ୍ଲୀକୁ ଲାଗିଥିବା ସାଇବର ସିଟି ଗୁରୁଗ୍ରାମରେ ଏକ ଚଳନ୍ତା ବସରେ ନିଆଁ ଲାଗି ଯାଇଛି। ଘଟଣା ଏତେ ଭୟଙ୍କର ଥିଲା ଯେ, ଏଥିରେ ଦୁଇ ଜଣ ଲୋକେ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ମାନଙ୍କୁ ତୁରନ୍ତ ସ୍ଥାନୀୟ ସରକାରୀ ମେଡିକାଲରେ ଭର୍ତି କରାଯାଇଛି।

ପ୍ରାରମ୍ଭିକ ସୂଚନା ଅନୁଯାୟୀ ଜୀବନ ବଞ୍ଚାଇବା ପାଇଁ ୧୦ରୁ ୧୨ ଲୋକେ ବସ୍ ଝରକାରୁ ଡେଇଁ ପଡ଼ିଥିଲେ। ସୂଚନା ପାଇ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଆରମ୍ଭ କରିଥିଲା। ଭିତରେ ଫସିଥିବା ଲୋକମାନଙ୍କୁ ତୁରନ୍ତ ବସରୁ ବାହାର କରାଯାଇଥିଲା। ତେବେ ଘଟଣାରେ ବସ୍ ଟି ଜଳି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ବସରେ ନିଆଁ ଲାଗିବାର କାରଣ ଜଣା ପଡ଼ିନାହିଁ। ଏହି ଘଟଣା ପ୍ରାୟ ରାତି ୯ଟା ୩୨ ମିନିଟରେ ଘଟିଥିବା କୁହାଯାଉଛି। ଗୁରୁଗ୍ରାମ ପୋଲିସ ସୋସିଆଲ ମିଡିଆରେ ସୂଚନା ଦେଇଛି ଯେ, ଜାତୀୟ ରାଜପଥ-୪୮, ଗୁଗୁଲ କମ୍ପାନୀ ନିକଟରେ ଏକ ବସରେ ନିଆଁ ଲାଗିଥିବାର ସୂଚନା ମିଳିବା ମାତ୍ରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଆହତ ମାନଙ୍କୁ ମେଡିକାଲରେ ଭର୍ତ୍ତି କରି ଦିଆଯାଇଛି, ସ୍ଥିତି ବର୍ତ୍ତମାନ ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଦ୍ଧ ମଧ୍ୟରେ ଆମେରିକାକୁ ମୂଲ୍ୟବାନ ଉପହାର ପଠାଇଲା ଇରାନ’, ଟ୍ରମ୍ପଙ୍କ ବଡ଼ ସୂଚନା, ସାରା ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି ଯାହା ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଟ୍ରମ୍ପ କହିଛନ୍ତି ଯେ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ଶେଷ କରିବାକୁ ଅଣ୍ଟା ଭିଡ଼ିଲା ପାକିସ୍ତାନ, କିଏ କିଏ ବୈଠକରେ ଯୋଗଦେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ପାକିସ୍ତାନରେ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଫସିଗଲେ ଟ୍ରମ୍ପ, ଆହୁରି ଲମ୍ବିପାରେ ଯୁଦ୍ଧ, ଭୟଙ୍କର ଚେତାବନୀ ଦେଲେ ବିଶେଷଜ୍ଞ, କହିଲେ…

ଓ୍ବାଶିଂଟନ୍‌,୨୫।୩: ଚିକାଗୋ ବିଶ୍ୱବିଦ୍ୟାଳୟର ପ୍ରଫେସର ରବର୍ଟ ପେପ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ ଏକ ଫାଶରେ ଫସି ଯାଇଛନ୍ତି। ତାଙ୍କ କହିବା ଅନୁସାରେ,…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri