ଝାଡ଼ାବାନ୍ତିରେ ୨ମୃତ, ୨୫ ଆକ୍ରାନ୍ତ

ଖପ୍ରାଖୋଲ, ୬ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ପଞ୍ଚାୟତ ଅନ୍ତର୍ଗତ ଦେଦର୍ହ ଗାଁରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ କୁମାରୀ ମେହେର (୪୮) ଓ ତାଙ୍କ ୧୦ ବର୍ଷର ନାତି ବବୁଲୁ। ନୂଆଁଖାଇ ପରେ ଝାଡ଼ାବାନ୍ତିରେ ୨ମୃତ, ୨୫ ଆକ୍ରାନ୍ତ
ଖପ୍ରାଖୋଲ, ୬ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ପଞ୍ଚାୟତ ଅନ୍ତର୍ଗତ ଦେଦର୍ହ ଗାଁରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ କୁମାରୀ ମେହେର (୪୮) ଓ ତାଙ୍କ ୧୦ ବର୍ଷର ନାତି ବବୁଲୁ। ନୂଆଁଖାଇ ପରେ ଗାଁର କେତେକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ କୁମାରୀ, ବବୁଲୁଙ୍କ ସହ ୪ଜଣ ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ରବିବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ କୁମାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସୋମବାର ସକାଳେ ଡାକ୍ତର ବବୁଲୁଙ୍କୁ ମୃତ ଘୋଷିତ କରିଥିଲେ। ଏବେ ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ପାଟଣାଗଡରେ ଏବଂ ଅନ୍ୟ ୨୩ଜଣ ଘରେ ଚିକିତ୍ସିତ ହେଉଛନ୍ତି।
ସୋମବାର ସକାଳେ ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡ଼ା. ସୁରଜ ଦୀପଙ୍କ ନେତୃତ୍ୱରେ ଏକ ମେଡିକାଲ ଟିମ୍‌ ଦେଦର୍ହ ଗାଁରେ ପହଞ୍ଚି ଥିଲା। ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ଓଷଧ ପ୍ରଦାନ କରାଯାଇଥିଲ। ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ତରଫରୁ ନଳକୂପ, ଖୋଲାକୂପ ଓ ଜଳଯୋଗାଣ ପ୍ରକଳ୍ପ କୂପରେ ବ୍ଲିଚିଂ ପାଉଡର ପକାଯାଇଥିଲା। ଝାଡ଼ାବାନ୍ତି କିପରି ଅଧିକ ନ ବ୍ୟାପିବ ସେ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗ୍ରାମବାସୀଙ୍କୁ ସଚେତନ କରାଯାଇଥିଲା। ଅପରାହ୍ନରେ ଜିଲାପାଳ ଚଞ୍ଚଳ ରାଣା ଦେଦର୍ହରେ ପହଞ୍ଚି ସ୍ଥାନୀୟ ସରପଞ୍ଚ, ଗ୍ରାମବାସୀ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ପରେ ମୃତକଙ୍କ ଘରକୁ ଯାଇ ସମବେଦନା ଜଣାଇଥିଲେ। ପ୍ରତ୍ୟେକ ମୃତକଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୫ହଜାର ଟଙ୍କାର ଚେକ ଓ ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଟଙ୍କା ଲେଖାଏ ସେ ପ୍ରଦାନ କରିଥିଲେ। ଏହି ଅବସରରେ ସିଡିଏମଓ ଡ଼ ସ୍ନେହଲତା ସାହୁ, ପାଟଣାଗଡ ଉପଜିଲାପାଳ ଡ଼ ପୁଷ୍ପାଞ୍ଜଳି ପଣ୍ଡା, ଆସିଷ୍ଟାଣ୍ଟ କଲେକ୍ଟର କ୍ଷୀରୋଦ ଚନ୍ଦ୍ର ସାହୁ, ଉପଖଣ୍ଡ ମେଡିିକାଲ ଅଫିସର ଡ଼ ସୁବ୍ରତ ମେହେର, ସିଡିପିଓ ସୁଜାତା ଦୋରା, ଗ୍ରାମ୍ୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ସରିତା କୁଜୁର, ଚିନ୍ମୟ ପଧାନ, ସରପଞ୍ଚ ଦେବରାଜ ପଧାନ, ପଞ୍ଚାୟତ ନିର୍ବାହୀ ଅଧିକାରୀ ମୋହନ ବେହେରା ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଜିଲାପାଳ ରାଣାଙ୍କୁ ପଚାରିବାରୁ ଝାଡ଼ାବାନ୍ତି ନିୟନ୍ତ୍ରଣାଧୀନ ଅଛି। କାରଣ ଅନୁଧ୍ୟାନ ପାଇଁ ଗାଁରୁ ପାନୀୟ ଜଳର ନମୁନା ସଂଗ୍ରହ କରାଯାଇଛି। ଗାଁରେ ଆମ୍ବୁଲାନ୍ସ ଓ ସ୍ବାସ୍ଥ୍ୟସେବା ଦଳକୁ ନିୟୋଜିତ କରାଯାଇଛି ବୋଲି ସେ କହିଛନ୍ତି।ର କେତେକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ କୁମାରୀ, ବବୁଲୁଙ୍କ ସହ ୪ଜଣ ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ରବିବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ କୁମାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସୋମବାର ସକାଳେ ଡାକ୍ତର ବବୁଲୁଙ୍କୁ ମୃତ ଘୋଷିତ କରିଥିଲେ। ଏବେ ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ପାଟଣାଗଡରେ ଏବଂ ଅନ୍ୟ ୨୩ଜଣ ଘରେ ଚିକିତ୍ସିତ ହେଉଛନ୍ତି।
ସୋମବାର ସକାଳେ ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡ଼ା. ସୁରଜ ଦୀପଙ୍କ ନେତୃତ୍ୱରେ ଏକ ମେଡିକାଲ ଟିମ୍‌ ଦେଦର୍ହ ଗାଁରେ ପହଞ୍ଚି ଥିଲା। ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରି ଓଷଧ ପ୍ରଦାନ କରାଯାଇଥିଲ। ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ତରଫରୁ ନଳକୂପ, ଖୋଲାକୂପ ଓ ଜଳଯୋଗାଣ ପ୍ରକଳ୍ପ କୂପରେ ବ୍ଲିଚିଂ ପାଉଡର ପକାଯାଇଥିଲା। ଝାଡ଼ାବାନ୍ତି କିପରି ଅଧିକ ନ ବ୍ୟାପିବ ସେ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗ୍ରାମବାସୀଙ୍କୁ ସଚେତନ କରାଯାଇଥିଲା। ଅପରାହ୍ନରେ ଜିଲାପାଳ ଚଞ୍ଚଳ ରାଣା ଦେଦର୍ହରେ ପହଞ୍ଚି ସ୍ଥାନୀୟ ସରପଞ୍ଚ, ଗ୍ରାମବାସୀ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ପରେ ମୃତକଙ୍କ ଘରକୁ ଯାଇ ସମବେଦନା ଜଣାଇଥିଲେ। ପ୍ରତ୍ୟେକ ମୃତକଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୫ହଜାର ଟଙ୍କାର ଚେକ ଓ ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଟଙ୍କା ଲେଖାଏ ସେ ପ୍ରଦାନ କରିଥିଲେ। ଏହି ଅବସରରେ ସିଡିଏମଓ ଡ଼ ସ୍ନେହଲତା ସାହୁ, ପାଟଣାଗଡ ଉପଜିଲାପାଳ ଡ଼ ପୁଷ୍ପାଞ୍ଜଳି ପଣ୍ଡା, ଆସିଷ୍ଟାଣ୍ଟ କଲେକ୍ଟର କ୍ଷୀରୋଦ ଚନ୍ଦ୍ର ସାହୁ, ଉପଖଣ୍ଡ ମେଡିିକାଲ ଅଫିସର ଡ଼ ସୁବ୍ରତ ମେହେର, ସିଡିପିଓ ସୁଜାତା ଦୋରା, ଗ୍ରାମ୍ୟ ଜଳ ଯୋଗାଣ କନିଷ୍ଠ ଯନ୍ତ୍ରୀ ସରିତା କୁଜୁର, ଚିନ୍ମୟ ପଧାନ, ସରପଞ୍ଚ ଦେବରାଜ ପଧାନ, ପଞ୍ଚାୟତ ନିର୍ବାହୀ ଅଧିକାରୀ ମୋହନ ବେହେରା ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଜିଲାପାଳ ରାଣାଙ୍କୁ ପଚାରିବାରୁ ଝାଡ଼ାବାନ୍ତି ନିୟନ୍ତ୍ରଣାଧୀନ ଅଛି। କାରଣ ଅନୁଧ୍ୟାନ ପାଇଁ ଗାଁରୁ ପାନୀୟ ଜଳର ନମୁନା ସଂଗ୍ରହ କରାଯାଇଛି। ଗାଁରେ ଆମ୍ବୁଲାନ୍ସ ଓ ସ୍ବାସ୍ଥ୍ୟସେବା ଦଳକୁ ନିୟୋଜିତ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

ଧାନ କିଣାବିକାରେ ଅଚଳାବସ୍ଥା: ଧାନବସ୍ତା ସହିତ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅତାବିରା/ଗୋଡ଼ଭଗା,୯।୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାଶ)- ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ୧୨ଦିନରେ ପହଞ୍ଚିଛି। ହେଲେ...

ଶୋଇଥିଲେ ଘର ଲୋକ, ଫାଟିଲା ସିଲିଣ୍ଡର: ଆଉ ତା’ପରେ ଘଟିଲା…

ଦେବଗଡ,୯।୧୨(ଶଶାଙ୍କ ଶେଖର ଝାଙ୍କର)ଦେବଗଡ ଜିଲ୍ଲା ବାରକୋଟ ବ୍ଲକ ସଦର ରେ ଗ୍ୟାସ ସିଲିଣ୍ଡର ଫାଟି ବ୍ୟାପକ କ୍ଷୟକ୍ଷତି, ଅଳ୍ପକେ ବର୍ତ୍ତିଲେ ପରିବାର। ଦେବଗଡ ଜିଲା ବାରକୋଟ...

ଜନ୍ମଦିନରେ ଚାଷୀନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ବିଭିନ୍ନ ମହଲରେ ନିନ୍ଦା

ବରଗଡ଼,୯।୧୨(ପ୍ରେମାନନ୍ଦ ଖମାରୀ): ସଂଯୁକ୍ତ କୃଷକ ସଂଗଠନର ଜଣେ ଆଗଧାଡ଼ିର ଚାଷୀନେତା ସୁରେଶ ନେକାଣ୍ଟିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ କଲାପାଣି ଛକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri