ଦେଉଳପଡ଼ା ଗଁାରେ ୨ ଡେଙ୍ଗୁ ରୋଗୀ ଚିହ୍ନଟ

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଦେଉଳପଡ଼ା ଗଁାରେ ୨ ଜଣ ମହିଳା ଡେଙ୍ଗୁ ଜ୍ୱରରେ ପୀଡ଼ିତ ହୋଇଥିବା ଚିହ୍ନଟ ହୋଇଛନ୍ତି। ତେବେ ୨ ଡେଙ୍ଗୁ ରୋଗୀ ମହିଳା ଦ୍ୱୟ କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ, ଏହି ଗ୍ରାମର ଟୁନିବାଳା ପଣ୍ଡା (୫୦) ଓ ଜୟନ୍ତୀ ମଲିକ(୩୫) ବୋଲି ରକ୍ତ ନମୁନାରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶୁକ୍ରବାର ଏକ ସ୍ବାସ୍ଥ୍ୟ ଟିମ୍‌ର ସଚେତନ କାର୍ଯ୍ୟକ୍ରମ ଦଳିତସାହିର ତାରିଣୀ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମରେ ଡେଙ୍ଗୁ ଜ୍ୱରର କାରଣ, ନିରାକରଣ ଓ ଚିକିତ୍ସା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରାଇ ଥିଲେ। ପରେ କେତେଜଣ ଲୋକଙ୍କଠାରୁ ରକ୍ତ ନମୁନା ସଂଗ୍ରହ କରାଯାଇଛି। ଘର ଚାରିପାଖରେ ଜମି ରହିଥିବା ଖାଲ, ସନ୍ତସନ୍ତିଆ ଜାଗା ବନ୍ଦ କରିବା, ମଶା ଡିମ୍ବ ଦେବା ସ୍ଥାନକୁ ନଷ୍ଟ କରିବା ସହ ମଶାରୀ ଟାଣି ଶୋଇବା ଦ୍ୱାରା ଡେଙ୍ଗୁ ଜ୍ୱରଠାରୁ ଦୂରେଇ ପାରିବା ବୋଲି ସଚେତନ କରିଥିଲେ। ଏହି ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜନ ସ୍ବାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମନୋରଞ୍ଜନ ପଣ୍ଡା, ଜନ ସ୍ବାସ୍ଥ୍ୟ ଅଧିକାରୀ ମୀନାରାଣୀ ସେଠୀ, ଟେକନିସିଆନ ଅରବିନ୍ଦ ମହାପାତ୍ର, ସୁଶ୍ରୀ ସଙ୍ଗୀତା ରାଉତ, ଗଁାର ବରିଷ୍ଠ ମୁରବି ନିରଞ୍ଜନ ମଲିକ ପ୍ରମୁଖ ଉପସ୍ଥିତ ଥିଲେ। ଏ ସଂକ୍ରାନ୍ତରେ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସା ଅଧିକାରିଣୀ ଡା. ଅନିତା ପଟ୍ଟନାୟକଙ୍କୁ ପଚାରିବାରେ ଏଡିସ୍‌ ମଶା (ଡେଙ୍ଗୁ ମଶା) ଗୁଡ଼ିକ ଭୋର ଓ ସା ଗୋଧୂଳି ସମୟରେ ରୋଗୀଙ୍କୁ କାମୁଡି ଥାନ୍ତି। ଏହି ମଶାରୁ ଦୂରେଇ ରହିବା ପାଇଁ ମଶାରୀ ବ୍ୟବହାର କରିବା ସହ ନିକଟରେ ଥିବା ଖାଲରେ ପାଣି ଜମି ଥିବା ସ୍ଥାନ, ଟାୟାର, ଟିଣ, ପ୍ଲାଷ୍ଟିକ ଦ୍ରବ୍ୟ ଭିତରେ ପାଣି ଜମି ରହିଥିଲେ ଏମାନେ ସହଜରେ ଡିମ୍ବ ଦେଇଥାନ୍ତି। ଏସବୁରୁ ପାଣି ନ ଜମିବା ଉପରେ ଗୁରୁତ୍ୱ ଦେବା ପାଇଁ ପରାମର୍ଶ ଦେଇଥିଲେ। ନିଜେ ସଚେତନ ରହି ସ୍ଥାନୀୟ ଲୋକମାନଙ୍କୁ ସଚେତନ କରାଇବା ପାଇଁ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri