ଆବାସ ଯୋଜନାରୁ ବଞ୍ଚିତ ୨ ଦିବ୍ୟାଙ୍ଗ ପରିବାର

ବରୀ,୧୭।୧୧(ଡି.ଏନ.ଏ.): ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ସେଥି ମଧ୍ୟରୁ ଆବାସ ଯୋଜନା ଅନ୍ୟତମ। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ପ୍ରକୃତ ହିତାଧିକାରୀ ଏହି ଯୋଜନାରୁ ବଞ୍ଚତ୍ତ ହୋଇଛନ୍ତି। ବିଶେଷ କରି ପ୍ରଶାସନିକ ଅଧିକାରୀମାନେ ଏଥିରେ ପ୍ରତିବନ୍ଧକ ସାଜିଥିବା ଅଭିଯୋଗ ହୋଇଛି। ଫଳରେ ସେହି ହିତାଧିକାରୀମାନେ କେବଳ ଭାଗ୍ୟ, ଭଗବାନଙ୍କୁ ଏଥିପାଇଁ ଦାୟୀ କରି ଖୋଲା ଆକାଶ ତଳେ ପଡି ରହିଛନ୍ତି।
ସୂଚନା ଅନୁଯାୟୀ, ଯାଜପୁର ଜିଲା ବରୀ ବ୍ଲକ୍‌ ଅଧୀନ କଳାମାଟିଆ ପଞ୍ଚାୟତ ଉପରକାଇପଡ଼ା ଗ୍ରାମ ୭ନଂ. ଓ୍ବାର୍ଡର ପର୍ଶୁରାମ ସେଠୀ ଓ ଶୁଭ୍ରଦୀପ ରାୟଙ୍କୁ ଏଠାରେ ଉଦାହରଣ ଭାବେ ନିଆଯାଇପାରେ। ୧୯୯୯ ମହାବାତ୍ୟାରେ ଦିବ୍ୟାଙ୍ଗ ଶୁଭ୍ରଦୀପଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା। ସେଦିନଠାରୁ ତାଙ୍କ ପରିବାର ଖୋଲା ଆକାଶ ତଳେ ପଡି ରହିଛନ୍ତି। ଅପରପକ୍ଷେ ପର୍ଶୁରାମଙ୍କ ନାମ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଲିକାଭୁକ୍ତ ଥିବା ବେଳେ ତଦନ୍ତ ଦାୟିତ୍ୱରେ ଥିବା କେତେଜଣ ଅଧିକାରୀଙ୍କ ଲାଞ୍ଚଖୋର ମନୋଭାବ ଯୋଗୁ ଆଜି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଆମେ ସାମିଲ ହୋଇପାରିଲୁ ନାହିଁ ବୋଲି କୋହଭରା କଣ୍ଠରେ ପର୍ଶୁରାମ କହିଛନ୍ତି। ଯଦି ଦିବ୍ୟାଙ୍ଗ ପର୍ଶୁରାମ ଓ ଶୂଭ୍ରଦୀପଙ୍କ ନାମ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାଭୁକ୍ତ ହୋଇଥିଲା ତା’ହେଲେ ସେମାନେ ବାଦ୍‌ ପଡିଲେ କେମିତି। କେଉଁ କାରଣରୁ ତାଙ୍କ ନାମକୁ ବାଦ୍‌ ଦିଆଗଲା ବୋଲି ପ୍ରଶ୍ନ ଉଠିଛି। ଉଭୟ ଦିବ୍ୟାଙ୍ଗ ପରିବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି, ବରୀ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ ନିକଟରେ ବାରମ୍ବାର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ସେମାନଙ୍କ କଥାକୁ ଗୁରୁତ୍ୱ ଦିଆ ନ ଯିବା ଘଟଣା ବିବାଦ ସୃଷ୍ଟି କରିଛି। ଏହି ଦୁଇ ଦିବ୍ୟାଙ୍ଗ ପରିବାରକୁ ତୁରନ୍ତ ଉକ୍ତ ଯୋଜନାରେ ସାମିଲ କରାଯାଇ ବାସଗୃହ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?