ଆବାସ ଯୋଜନାରୁ ବଞ୍ଚିତ ୨ ଦିବ୍ୟାଙ୍ଗ ପରିବାର

ବରୀ,୧୭।୧୧(ଡି.ଏନ.ଏ.): ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ସେଥି ମଧ୍ୟରୁ ଆବାସ ଯୋଜନା ଅନ୍ୟତମ। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ହେଲେ ପ୍ରକୃତ ହିତାଧିକାରୀ ଏହି ଯୋଜନାରୁ ବଞ୍ଚତ୍ତ ହୋଇଛନ୍ତି। ବିଶେଷ କରି ପ୍ରଶାସନିକ ଅଧିକାରୀମାନେ ଏଥିରେ ପ୍ରତିବନ୍ଧକ ସାଜିଥିବା ଅଭିଯୋଗ ହୋଇଛି। ଫଳରେ ସେହି ହିତାଧିକାରୀମାନେ କେବଳ ଭାଗ୍ୟ, ଭଗବାନଙ୍କୁ ଏଥିପାଇଁ ଦାୟୀ କରି ଖୋଲା ଆକାଶ ତଳେ ପଡି ରହିଛନ୍ତି।
ସୂଚନା ଅନୁଯାୟୀ, ଯାଜପୁର ଜିଲା ବରୀ ବ୍ଲକ୍‌ ଅଧୀନ କଳାମାଟିଆ ପଞ୍ଚାୟତ ଉପରକାଇପଡ଼ା ଗ୍ରାମ ୭ନଂ. ଓ୍ବାର୍ଡର ପର୍ଶୁରାମ ସେଠୀ ଓ ଶୁଭ୍ରଦୀପ ରାୟଙ୍କୁ ଏଠାରେ ଉଦାହରଣ ଭାବେ ନିଆଯାଇପାରେ। ୧୯୯୯ ମହାବାତ୍ୟାରେ ଦିବ୍ୟାଙ୍ଗ ଶୁଭ୍ରଦୀପଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା। ସେଦିନଠାରୁ ତାଙ୍କ ପରିବାର ଖୋଲା ଆକାଶ ତଳେ ପଡି ରହିଛନ୍ତି। ଅପରପକ୍ଷେ ପର୍ଶୁରାମଙ୍କ ନାମ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଲିକାଭୁକ୍ତ ଥିବା ବେଳେ ତଦନ୍ତ ଦାୟିତ୍ୱରେ ଥିବା କେତେଜଣ ଅଧିକାରୀଙ୍କ ଲାଞ୍ଚଖୋର ମନୋଭାବ ଯୋଗୁ ଆଜି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଆମେ ସାମିଲ ହୋଇପାରିଲୁ ନାହିଁ ବୋଲି କୋହଭରା କଣ୍ଠରେ ପର୍ଶୁରାମ କହିଛନ୍ତି। ଯଦି ଦିବ୍ୟାଙ୍ଗ ପର୍ଶୁରାମ ଓ ଶୂଭ୍ରଦୀପଙ୍କ ନାମ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାଭୁକ୍ତ ହୋଇଥିଲା ତା’ହେଲେ ସେମାନେ ବାଦ୍‌ ପଡିଲେ କେମିତି। କେଉଁ କାରଣରୁ ତାଙ୍କ ନାମକୁ ବାଦ୍‌ ଦିଆଗଲା ବୋଲି ପ୍ରଶ୍ନ ଉଠିଛି। ଉଭୟ ଦିବ୍ୟାଙ୍ଗ ପରିବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି, ବରୀ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କ ନିକଟରେ ବାରମ୍ବାର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ସେମାନଙ୍କ କଥାକୁ ଗୁରୁତ୍ୱ ଦିଆ ନ ଯିବା ଘଟଣା ବିବାଦ ସୃଷ୍ଟି କରିଛି। ଏହି ଦୁଇ ଦିବ୍ୟାଙ୍ଗ ପରିବାରକୁ ତୁରନ୍ତ ଉକ୍ତ ଯୋଜନାରେ ସାମିଲ କରାଯାଇ ବାସଗୃହ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri