ବିଦ୍ୟୁତ ଆଘାତରେ ଶ୍ୱଶୁର, ଜ୍ୱାଇଁ ମୃତ

ଦଶପଲ୍ଲା,୧୮।୫(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ତୁମାଣ୍ଡି ପଞ୍ଚାୟତ ନରାଜପଡ଼ା ବାଲିସାହି ଗ୍ରାମରେ ଶୁକ୍ରବାର ବିଦ୍ୟୁତ ଆଘାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଭକ୍ତ ଜାନୀ(୩୫), ନକୁଳ ଜାନୀ(୩୦)। ଉଭୟ ସମ୍ପର୍କରେ ଦାଦା ଶ୍ୱଶୁର ଓ ଝିଆରି ଜ୍ୱାଇଁ ହୋଇଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, ଭକ୍ତ ଘରେ କୌଣସି କାମ କରୁଥିବା ବେଳେ ତାଙ୍କୁ ବିଦ୍ୟୁତ୍‌ ଆଘାତ ଦେଇଥିଲା। ତାଙ୍କୁ ଉଦ୍ଧାର କରିବାକୁ ଯାଇ ନକୁଳ ମଧ୍ୟ ଆହତ ହୋଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଦଶପଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଦଶପଲ୍ଲା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ପଠାଇ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri