ବାଇକ୍‌-ସ୍କୁଟି ମୁହାଁମୁହିଁ, ଗଲା ୨ ଜୀବନ

ରାୟଗଡ଼ା ଅଫିସ,୧୨ା୧୨: ରାୟଗଡ଼ା ସହର ୩୨୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ବାଇକ୍‌ ଏବଂ ସ୍କୁଟି ମଧ୍ୟରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଦୁଇ ମୃତକ ହେଲେ ବାଇକ୍‌ ଚାଳକ ଜି. ଭରତ କୁମାର(୨୩) ଏବଂ ସ୍କୁଟି ଚାଳକ ସୁବ୍ରତ କୁମାର ପଣ୍ଡା। ଜି. ଭରତଙ୍କ ନିଜ ଘର ଆନ୍ଧ୍ର ପ୍ରଦେଶରେ। ସେ ରାୟଗଡ଼ା ଗାନ୍ଧୀନଗରସ୍ଥିତ ମାଉସୀ ଘରେ ରହି ସ୍ଥାନୀୟ ଆଦିତ୍ୟ ହୋଣ୍ଡା ଶୋ’ ରୁମ୍‌ରେ ମେକାନିକ୍‌ ତାଲିମ୍‌ ନେଉଥିଲେ। ସ୍କୁଟି ଚାଳକ ସୁବ୍ରତଙ୍କ ନିଜ ଘର ବ୍ରହ୍ମପୁର। ସେ ରାୟଗଡ଼ା ଜିଲା ଥେରୁବାଲିରେ ରହୁଥିଲେ।

ଘଟଣାରୁ ପ୍ରକାଶ, ସୁବ୍ରତ ଅପରାହ୍ନରେ ପୁଅ ଆୟୁଷ୍ମାନ(୧୦)ଙ୍କୁ ସାଙ୍ଗରେ ନେଇ ରାୟଗଡ଼ା ସହରରୁ ସ୍କୁଟି (ଓଡି ୧୮ବି ୦୦୯୬) ଯୋଗେ ଥେରୁବାଲି ଫେରୁଥିଲେ। ସେହିପରି ଭରତ ଶୋ’ ରୁମ୍‌ରୁ ଖାଇବା ପାଇଁ ଘରକୁ ଯାଇଥିବାବେଳେ ଅପରାହ୍ନରେ ପୁଣି ନିଜ କାମକୁ ଫେରୁଥିଲେ। ଏହି ସମୟରେ ରାୟଗଡ଼ା ସହରରସ୍ଥିତ ଗଙ୍ଗା ଗ୍ୟାରେଜ୍‌ ଛକଠାରେ ଦୁଇ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଚାଳକ ଭରତଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ସୁବ୍ରତ ଏବଂ ପୁଅ ଆୟୁଷ୍ମାନ ଗୁରୁତର ହୋଇଥିଲେ। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୁବ୍ରତଙ୍କ ମଧ୍ୟ ମୃତ୍ୟୁ ଘଟିଥିଲା। ଆୟୁଷ୍ମାନଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ରାୟଗଡ଼ା ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri