ବାଇକ୍‌-ସ୍କୁଟି ମୁହାଁମୁହିଁ, ଗଲା ୨ ଜୀବନ

ରାୟଗଡ଼ା ଅଫିସ,୧୨ା୧୨: ରାୟଗଡ଼ା ସହର ୩୨୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ବାଇକ୍‌ ଏବଂ ସ୍କୁଟି ମଧ୍ୟରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଦୁଇ ମୃତକ ହେଲେ ବାଇକ୍‌ ଚାଳକ ଜି. ଭରତ କୁମାର(୨୩) ଏବଂ ସ୍କୁଟି ଚାଳକ ସୁବ୍ରତ କୁମାର ପଣ୍ଡା। ଜି. ଭରତଙ୍କ ନିଜ ଘର ଆନ୍ଧ୍ର ପ୍ରଦେଶରେ। ସେ ରାୟଗଡ଼ା ଗାନ୍ଧୀନଗରସ୍ଥିତ ମାଉସୀ ଘରେ ରହି ସ୍ଥାନୀୟ ଆଦିତ୍ୟ ହୋଣ୍ଡା ଶୋ’ ରୁମ୍‌ରେ ମେକାନିକ୍‌ ତାଲିମ୍‌ ନେଉଥିଲେ। ସ୍କୁଟି ଚାଳକ ସୁବ୍ରତଙ୍କ ନିଜ ଘର ବ୍ରହ୍ମପୁର। ସେ ରାୟଗଡ଼ା ଜିଲା ଥେରୁବାଲିରେ ରହୁଥିଲେ।

ଘଟଣାରୁ ପ୍ରକାଶ, ସୁବ୍ରତ ଅପରାହ୍ନରେ ପୁଅ ଆୟୁଷ୍ମାନ(୧୦)ଙ୍କୁ ସାଙ୍ଗରେ ନେଇ ରାୟଗଡ଼ା ସହରରୁ ସ୍କୁଟି (ଓଡି ୧୮ବି ୦୦୯୬) ଯୋଗେ ଥେରୁବାଲି ଫେରୁଥିଲେ। ସେହିପରି ଭରତ ଶୋ’ ରୁମ୍‌ରୁ ଖାଇବା ପାଇଁ ଘରକୁ ଯାଇଥିବାବେଳେ ଅପରାହ୍ନରେ ପୁଣି ନିଜ କାମକୁ ଫେରୁଥିଲେ। ଏହି ସମୟରେ ରାୟଗଡ଼ା ସହରରସ୍ଥିତ ଗଙ୍ଗା ଗ୍ୟାରେଜ୍‌ ଛକଠାରେ ଦୁଇ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍‌ ଚାଳକ ଭରତଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ସୁବ୍ରତ ଏବଂ ପୁଅ ଆୟୁଷ୍ମାନ ଗୁରୁତର ହୋଇଥିଲେ। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୁବ୍ରତଙ୍କ ମଧ୍ୟ ମୃତ୍ୟୁ ଘଟିଥିଲା। ଆୟୁଷ୍ମାନଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ରାୟଗଡ଼ା ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri