ଝାଡ଼ାବାନ୍ତିରେ ୨ ମୃୃତ, ୭ ଗୁରୁତର

ହିଞ୍ଜିଳିକାଟୁ,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଖାସପା ଗ୍ରାମରେ ଗତ ୪ ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗ୍ରାମର ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିମାନେ ହେଲେ ଖାସପା ଗାଁ ବଡ଼ଦାଣ୍ଡ ସାହିର ଚିତ୍ରସେନ ସ୍ବାଇଁ(୩୯) ଓ ସ୍ବପ୍ନେଶ୍ୱର ସାହିର ଚମ୍ପା ଦଳେଇ(୫୮)। ଚମ୍ପାଙ୍କ ରବିବାର ମୃତ୍ୟୁ ହୋଇଥିବା ବେଳେ ମଙ୍ଗଳବାର ଚିତ୍ରସେନଙ୍କ ମୃତ୍ୟୁ ଘଟିଛି। ଉକ୍ତ ଗ୍ରାମର ହରିଜନ ସାହିର ବସନ୍ତ ନାଇକ(୨୭) ଓ ମହେଶ୍ୱର ବିଶ୍ୱାଳ(୨୫) ଝାଡ଼ାବାନ୍ତିରେ ଗୁରୁତର ଅବସ୍ଥାରେ ବୁଧବାର ହିଞ୍ଜିଳିକାଟୁ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସ୍ବପ୍ନେଶ୍ୱର ସାହିର ବାବୁ ମହାରଣା ଓ ଉକ୍ତ ପଞ୍ଚାୟତ ଅନ୍ତର୍ଗତ ଠୁରୁବୁରାଇ ଗାଁର ସନ୍ଦୀପ ଆଚାରୀ ଗୁରୁତର ଅବସ୍ଥାରେ ଉଭୟ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ଗ୍ରାମ୍ୟ ଜଳ ଯୋଗାଣ ପାଇପ ଜରିଆରେ ପିଇବା ପାଣି ଗାଁରେ ଯୋଗାଣ ହୋଇଛି। ପିଇବା ପାଣିରେ କୌଣସି ସମସ୍ୟା ନାହିଁ ତେବେ ପ୍ରାୟ ୪ ଦିନ ତଳେ ଖାସପା ଗ୍ରାମରେ ଆୟୋଜିତ ଏକ ବିବାହ ଭୋଜି ଖାଇ ବହୁ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଖାସପା ଗ୍ରାମର ଗୋପବନ୍ଧୁ ନାହାକ କହିଛନ୍ତି।

ବୁଧବାର ଗାଁରେ ଝାଡ଼ାବାନ୍ତି ବ୍ୟାପିବା ନେଇ ପ୍ରଚାର ପରେ ଶେରଗଡ଼ ଡାକ୍ତରଖାନାର ଏକ ଟିମ୍‌ ଆସି ଗାଁରେ ପହଞ୍ଚି ଓଆରଏସ ଓ ଅନ୍ୟାନ୍ୟ ଔଷଧ ବଣ୍ଟନ କରିଛନ୍ତି। ପରିସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଗାଁକୁ ଉଚ୍ଚସ୍ତରର ଡାକ୍ତରୀ ଦଳ ପଠାଇ ଘରକୁ ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚ ସହ ଆକ୍ରାନ୍ତଙ୍କୁ ଉନ୍ନତମାନର ଚିକିତ୍ସା ପ୍ରଦାନ କରିବାକୁ ଗ୍ରାମର ଅଖିଳ ସ୍ବାଇଁ, ଦୂତିକୃଷ୍ଣ ସ୍ବାଇଁ, ସୀତାରାମ ସାହୁ ଓ ସୁଦାମ ସ୍ବାଇଁ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri