ନିଜ ସ୍କୁଲରେ ଯୁକ୍ତ ୨ ପଢ଼ିବେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ଭୁବନେଶ୍ୱର,୪ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦିବ୍ୟାଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି। ଏହାଦ୍ୱାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି ଯୁକ୍ତ୨ ପଢ଼ିବାର ସୁଯୋଗ ପାଇ ପାରିବେ। ପୂର୍ବରୁ ଏହି ପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ। ସେଠାରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନ ଥିଲା। ଏହି ଛାତ୍ରୀଛାତ୍ରଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇ.ଟି. ଓ ଆଇ.ଟି. ସମ୍ବଳିତ ସେବା ବିଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି। ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇ.ଟି. ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଜ୍ଞାନ ବିଷୟ ସହିତ ଆଇ.ଟି. ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି।
ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡିଓ ଷ୍ଟୁଡିଓ ଏବଂ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭର୍ଚୁଆଲ ଷ୍ଟୁଡିଓକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ, ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ, ବିଭିନ୍ନ ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଛନ୍ତି। ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା, ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରାଯାଇଛି। ଏଥିସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି। ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତବର୍ଷ ୧୦ ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ବିଦ୍ୟାଳୟରୁ ୧୪ ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଠାରେ ପିଲାମାନଙ୍କର ନିଃଶୁଳ୍କ ନାମଲେଖାର ବ୍ୟବସ୍ଥା କରାଯାଇଛି। ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ୨ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ, ଇ-ପାଠାଗାର, ବିଜ୍ଞାନାଗାର, ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି। ସ୍କୁଲ ଖୋଲିବାର ଆଦେଶନାମା ଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଖୁସି ଆଣିଛି।
ପ୍ରାରମ୍ଭରେ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ପିଲାମାନେ ବାଦ୍ୟ ଓ ସଂଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।
ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହି ଉଭୟ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌, ବିଭାଗୀୟ ସଚିବ ଅଶ୍ୱଥି ଏସ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆର ଆୟାର, ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା, ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତିରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପଣ୍ୟାଗାର ନିଗମର କର୍ପୋରେଟ ବିଲ୍‌ଡିଂର ଶିଳାନ୍ୟାସ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଅନନ୍ତ ଜେନା, ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri