ନିଜ ସ୍କୁଲରେ ଯୁକ୍ତ ୨ ପଢ଼ିବେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ଭୁବନେଶ୍ୱର,୪ା୭(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱର ୟୁନିଟ -୩ ସ୍ଥିତ ଭୀମ ଭୋଇ ଦିବ୍ୟାଙ୍ଗ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ସରକାରୀ ଉଚ୍ଚ ବିଦ୍ୟାଳୟକୁ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରୂପେ ଲୋକାର୍ପିତ କରିଛନ୍ତି। ଏହାଦ୍ୱାରା ରାଜ୍ୟର ବିଭିନ୍ନ ପ୍ରାନ୍ତରରୁ ଦୃଷ୍ଟିବାଧିତ ଓ ଶ୍ରୁତିବାଧିତ ପିଲାମାନେ ଆସି ଛାତ୍ରାବାସରେ ରହି ଯୁକ୍ତ୨ ପଢ଼ିବାର ସୁଯୋଗ ପାଇ ପାରିବେ। ପୂର୍ବରୁ ଏହି ପିଲାମାନେ ସାଧାରଣ ବର୍ଗର ପିଲାଙ୍କ ପାଇଁ ଉଦ୍ଦିଷ୍ଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷା ଲାଭ କରୁଥିଲେ। ସେଠାରେ ସେମାନଙ୍କ ପାଇଁ ବିଶେଷ ସୁବିଧା ଉପଲବ୍ଧ ନ ଥିଲା। ଏହି ଛାତ୍ରୀଛାତ୍ରଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ ଧନ୍ଦାମୂଳକ ଶିକ୍ଷାରେ ଆଇ.ଟି. ଓ ଆଇ.ଟି. ସମ୍ବଳିତ ସେବା ବିଷୟରେ ଶିକ୍ଷାଦାନର ସୁବିଧା କରାଯାଇଛି। ଭୀମ ଭୋଇ ଦୃଷ୍ଟିବାଧିତ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କଳା ବିଷୟ ସହିତ ଆଇ.ଟି. ଖୋଲାଯାଇଥିବା ବେଳେ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଜ୍ଞାନ ବିଷୟ ସହିତ ଆଇ.ଟି. ଶିକ୍ଷାର ସୁଯୋଗ ସୃଷ୍ଟି କରାଯାଇଛି।
ଏହି ଅବସରରେ ଦୃଷ୍ଟିବାଧିତ ପିଲାଙ୍କ ନିମନ୍ତେ ଉଦ୍ଦିଷ୍ଟ ଅଡିଓ ଷ୍ଟୁଡିଓ ଏବଂ ଶ୍ରୁତିବାଧିତ ପିଲାଙ୍କ ନିମନ୍ତେ ଭର୍ଚୁଆଲ ଷ୍ଟୁଡିଓକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ଏଥିସହିତ ଦୁଇ ବିଦ୍ୟାଳୟର ସମସ୍ତ ପିଲାଙ୍କୁ ନୂଆ ସ୍କୁଲ ବ୍ୟାଗ, ଦୃଷ୍ଟିହୀନ ପିଲାଙ୍କ ପାଇଁ ବ୍ରେଲିସ୍ଲେଟ, ବିଭିନ୍ନ ଖେଳ ସାମଗ୍ରୀ ମୁଖ୍ୟମନ୍ତ୍ରୀ ବଣ୍ଟନ କରିଛନ୍ତି। ଉଭୟ ଛାତ୍ରାବାସର ଅନ୍ତେବାସୀଙ୍କ ବ୍ୟବହାର ନିମିତ୍ତ ନୂଆ ବିଛଣା, ଖାଇବା ବାସନ ଆଦି ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପ୍ରଦାନ କରାଯାଇଛି। ଏଥିସହିତ ଥଣ୍ଡା ପାନୀୟ ଜଳ ସୁବିଧା ପାଇଁ ଫ୍ରିଜ ଓ ଶିକ୍ଷଣ କାର୍ଯ୍ୟକ୍ରମ ଓ ମନୋରଞ୍ଜନ ପାଇଁ ଉଭୟ ଛାତ୍ରାବାସକୁ ଟିଭି ପ୍ରଦାନ କରାଯାଇଛି। ଭୀମ ଭୋଇ ଦୃଷ୍ଟିବାଧିତ ବିଦ୍ୟାଳୟରୁ ଚଳିତବର୍ଷ ୧୦ ଜଣ ଓ ବିପିନ ବିହାରୀ ଚୌଧୁରୀ ଶ୍ରୁତିବାଧିତ ବିଦ୍ୟାଳୟରୁ ୧୪ ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଠାରେ ପିଲାମାନଙ୍କର ନିଃଶୁଳ୍କ ନାମଲେଖାର ବ୍ୟବସ୍ଥା କରାଯାଇଛି। ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ୨ ବିଦ୍ୟାଳୟରେ ଉପଯୋଗୀ ସ୍ମାର୍ଟ ଶ୍ରେଣୀ ଗୃହ, ଇ-ପାଠାଗାର, ବିଜ୍ଞାନାଗାର, ବିଭିନ୍ନ ଖେଳ ସୁବିଧା ଆଦି କରାଯାଇଛି। ସ୍କୁଲ ଖୋଲିବାର ଆଦେଶନାମା ଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଖୁସି ଆଣିଛି।
ପ୍ରାରମ୍ଭରେ ଭୀମ ଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ପିଲାମାନେ ବାଦ୍ୟ ଓ ସଂଗୀତ ପରିବେଷଣ କରି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ।
ଏହି ଅବସରରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଉପସ୍ଥିତ ରହି ଉଭୟ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌, ବିଭାଗୀୟ ସଚିବ ଅଶ୍ୱଥି ଏସ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ରଘୁରାମ ଆର ଆୟାର, ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା, ଖୋର୍ଦ୍ଧା ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତିରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ରାଜ୍ୟ ପଣ୍ୟାଗାର ନିଗମର କର୍ପୋରେଟ ବିଲ୍‌ଡିଂର ଶିଳାନ୍ୟାସ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଧାୟକ ଅନନ୍ତ ଜେନା, ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri