Posted inଜାତୀୟ

ଭାରତ ପାଇଁ ୨ ବ୍ୟାଧି ବୋଝ

ନୂୂଆଦିଲ୍ଲୀ,୨।୩: ଭାରତ ୨ଟି ବିପରୀତଧର୍ମୀ ବ୍ୟାଧିର ବୋଝ ତଳେ ଚାପିହୋଇଯାଇଛି। ଗୋଟିଏ କୁପୋଷଣ ଓ ଅନ୍ୟଟି ମେଦବହୁଳତା। ଗୁଣାତ୍ମକ ଖାଦ୍ୟର ଅଭାବ, ଶସ୍ତା ତଥା ଅସ୍ବାସ୍ଥ୍ୟକର ଆହାର ଗ୍ରହଣ କରିବା ଯୋଗୁ ବହୁ ଲୋକ କୁପୋଷଣର ଶିକାର ହେଉଛନ୍ତି। ୨୦୨୨ରେ ଦେଶର ପ୍ରାୟ ୪୪ ନିୟୁତ ମହିଳା ଏବଂ ୨୬ ନିୟୁତ ପୁରୁଷ ମେଦବହୁଳଗସ୍ତ ହୋଇଥିବା ଲାନ୍‌ସେଟର ଏକ ସଦ୍ୟ ଅଧ୍ୟୟନରୁ ଜଣାପଡ଼ିଛି। ୧୯୯୦ ତୁଳନାରେ ଏହା ହେଉଛି ମହିଳାଙ୍କ କ୍ଷେତ୍ରରେ ୨.୪ ନିୟୁତ ଏବଂ ପୁରୁଷଙ୍କ କ୍ଷେତ୍ରରେ ୧.୧ ନିୟୁତ ଅଧିକ।
ବିଶ୍ୱର ପ୍ରତିଷ୍ଠିତ ବୈଜ୍ଞାନିକମାନଙ୍କୁ ନେଇ ଗଠିତ ଏନ୍‌ସିଡି-ରିସ୍କଫ୍ୟାକ୍ଟର କୋଲାବରେଶନ (ଏନ୍‌ସିଡି-ରିସ୍କ) ଏବଂ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କରାଯାଇଥିବା ଅଧ୍ୟୟନରୁ ୨୦୨୨ରେ ୧୨.୫ ନିୟୁତ ପିଲା (୫ରୁ ୧୯ ବର୍ଷୀୟ)ଙ୍କ ଓଜନ ସ୍ବାଭାବିକଠାରୁ ଅଧିକ ଥିବା ଜଣାପଡ଼ିଛି। ପ୍ରକାଶିତ ରିପୋର୍ଟ ଅନୁସାରେ ୧୯୯୦ ଦଶକ ପରଠୁ ବିଶ୍ୱରେ ବୟସ୍କଙ୍କ ମଧ୍ୟରେ ୨ ଗୁଣା ମେଦବହୁଳତା ବୃଦ୍ଧି ପରିଲକ୍ଷିତ ହୋଇଛି। ପୋଷଣ ଅଭାବ ପୂର୍ବାପେକ୍ଷା କମିଥିଲେ ସୁଦ୍ଧା ଦକ୍ଷିଣପୂର୍ବ ଏସିଆ ଏବଂ ଉପସାହରୀୟ ଆଫ୍ରିକାର ଅନେକ ଦେଶରେ ଏହା ବର୍ତ୍ତମାନ ମଧ୍ୟ ବଡ଼ ଚ୍ୟାଲେଞ୍ଜ ହୋଇରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri