୧୨ ଜିଲା ଜଳସେଚନ ପ୍ରକଳ୍ପର ଜମି ଅଧିଗ୍ରହଣ ନିର୍ଦ୍ଦେଶ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ରାଜ୍ୟର ପ୍ରାୟ ୧୨ ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ତ୍ୱରାନ୍ବିତ କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସମସ୍ତ ରାଜସ୍ବ ଡିଭିଜନ କମିଶନର, ବିଭାଗର ବରିଷ୍ଠ ଅଧିକାରୀ, ରାଜ୍ୟ ରିହାବିଲିଟେସନ ଓ ରିସେଟଲମେଣ୍ଟ ନିର୍ଦ୍ଦେଶକ, ବିଭିନ୍ନ ଜିଲାର ଅତିରିକ୍ତ ଜିଲାପାଳ, ଜମି ଅଧିଗ୍ରହଣ ଅଧିକାରୀ ଓ ଜଳସେଚନ ବିଭାଗର ପ୍ରମୁଖ ଅଧିକାରୀମାନେ ଯୋଗଦାନ କରିଛନ୍ତି। ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଭିନ୍ନ ଜମି ଅଧିଗ୍ରହଣ ପ୍ରକଳ୍ପ ପାଇଁ ତ୍ୱରିତ ଜମି ଅଧିଗ୍ରହଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଜମି ଅଧିଗ୍ରହଣ ବିଳମ୍ବିତ ହେବାରୁ ପ୍ରକଳ୍ପ ସମ୍ପୂର୍ଣ ହେବା ପାଇଁ ରାଜ୍ୟ ସରକାରଙ୍କ ତହବିଲ୍‌ରୁ ଅଧିକ ଅର୍ଥ ଖର୍ଚ୍ଚ କରିବାକୁ ପଡିଥାଏ। ବୈଠକରେ ସୁବର୍ଣ୍ଣରେଖା, ଆନନ୍ଦପୁର ବ୍ୟାରେଜ, କାନପୁର, ଦେଓ, ରେଙ୍ଗାଲୀ ବାମ ଓ ଦକ୍ଷିଣ, ଲୋୟର ସୁକତେଲ, ଛେଳିଗଡ଼, ତେଲେଙ୍ଗିରି, ରେତ୍‌ ସହ ଅନ୍ୟାନ୍ୟ ପ୍ରକଳ୍ପର ସମୀକ୍ଷା ହୋଇଛି।
ବିଭିନ୍ନ ଜମି ଅଧିଗ୍ରହଣ ଅଧିକାରୀଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପର ବିଭିନ୍ନ ମାଇଲଖୁଣ୍ଟ ସମ୍ପୂର୍ଣ କରିବାକୁ ତାଗିଦ କରାଯାଇଥିଲା। ଜମି ଅଧିଗ୍ରହଣ ଅଧିକାରୀଙ୍କୁ ଆବଶ୍ୟକ ସମୟରେ ବିଭିନ୍ନ ପ୍ରକାର ସହାୟତା ଯୋଗାଇ ଦେବାକୁ ଜଳସେଚନ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ପ୍ରକଳ୍ପର ସମୟସୀମା ମଧ୍ୟରେ ସାମାଜିକ ପ୍ରଭାବ ଅଧ୍ୟୟନ ଓ ପରିବେଶ ପ୍ରଭାବ ଆକଳନ ଅଧ୍ୟୟନ ସାରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଜମି ଅଧିଗ୍ରହଣର କୌଣସି ପ୍ରକାର ବିଳମ୍ବକୁ ବରଦାସ୍ତ ନ କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଜମି ଅଧିଗ୍ରହଣ ସମ୍ବନ୍ଧୀୟ ଆବଶ୍ୟକୀୟ ଦସ୍ତାବିଜ୍‌କୁ ଭୂମି ଅଧିଗ୍ରହଣ ପୋର୍ଟାଲ୍‌ ମାଧ୍ୟମରେ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସମସ୍ତ ଜମି ଅଧିଗ୍ରହଣ ଅଧିକାରୀ, ସ୍ବତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ ଓ ଜୋନ୍‌ ଅଧିକାରୀଙ୍କୁ ନିୟମିତ ତାଲିମ ପ୍ରଦାନ କରିବା ଉପରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri