୧୨ ଜିଲା ଜଳସେଚନ ପ୍ରକଳ୍ପର ଜମି ଅଧିଗ୍ରହଣ ନିର୍ଦ୍ଦେଶ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ରାଜ୍ୟର ପ୍ରାୟ ୧୨ ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ତ୍ୱରାନ୍ବିତ କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସମସ୍ତ ରାଜସ୍ବ ଡିଭିଜନ କମିଶନର, ବିଭାଗର ବରିଷ୍ଠ ଅଧିକାରୀ, ରାଜ୍ୟ ରିହାବିଲିଟେସନ ଓ ରିସେଟଲମେଣ୍ଟ ନିର୍ଦ୍ଦେଶକ, ବିଭିନ୍ନ ଜିଲାର ଅତିରିକ୍ତ ଜିଲାପାଳ, ଜମି ଅଧିଗ୍ରହଣ ଅଧିକାରୀ ଓ ଜଳସେଚନ ବିଭାଗର ପ୍ରମୁଖ ଅଧିକାରୀମାନେ ଯୋଗଦାନ କରିଛନ୍ତି। ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଭିନ୍ନ ଜମି ଅଧିଗ୍ରହଣ ପ୍ରକଳ୍ପ ପାଇଁ ତ୍ୱରିତ ଜମି ଅଧିଗ୍ରହଣ ଉପରେ ଗୁରୁତ୍ୱାରୋପ କରିଥିଲେ। ଜମି ଅଧିଗ୍ରହଣ ବିଳମ୍ବିତ ହେବାରୁ ପ୍ରକଳ୍ପ ସମ୍ପୂର୍ଣ ହେବା ପାଇଁ ରାଜ୍ୟ ସରକାରଙ୍କ ତହବିଲ୍‌ରୁ ଅଧିକ ଅର୍ଥ ଖର୍ଚ୍ଚ କରିବାକୁ ପଡିଥାଏ। ବୈଠକରେ ସୁବର୍ଣ୍ଣରେଖା, ଆନନ୍ଦପୁର ବ୍ୟାରେଜ, କାନପୁର, ଦେଓ, ରେଙ୍ଗାଲୀ ବାମ ଓ ଦକ୍ଷିଣ, ଲୋୟର ସୁକତେଲ, ଛେଳିଗଡ଼, ତେଲେଙ୍ଗିରି, ରେତ୍‌ ସହ ଅନ୍ୟାନ୍ୟ ପ୍ରକଳ୍ପର ସମୀକ୍ଷା ହୋଇଛି।
ବିଭିନ୍ନ ଜମି ଅଧିଗ୍ରହଣ ଅଧିକାରୀଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପର ବିଭିନ୍ନ ମାଇଲଖୁଣ୍ଟ ସମ୍ପୂର୍ଣ କରିବାକୁ ତାଗିଦ କରାଯାଇଥିଲା। ଜମି ଅଧିଗ୍ରହଣ ଅଧିକାରୀଙ୍କୁ ଆବଶ୍ୟକ ସମୟରେ ବିଭିନ୍ନ ପ୍ରକାର ସହାୟତା ଯୋଗାଇ ଦେବାକୁ ଜଳସେଚନ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ପ୍ରକଳ୍ପର ସମୟସୀମା ମଧ୍ୟରେ ସାମାଜିକ ପ୍ରଭାବ ଅଧ୍ୟୟନ ଓ ପରିବେଶ ପ୍ରଭାବ ଆକଳନ ଅଧ୍ୟୟନ ସାରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଜମି ଅଧିଗ୍ରହଣର କୌଣସି ପ୍ରକାର ବିଳମ୍ବକୁ ବରଦାସ୍ତ ନ କରିବା ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଜମି ଅଧିଗ୍ରହଣ ସମ୍ବନ୍ଧୀୟ ଆବଶ୍ୟକୀୟ ଦସ୍ତାବିଜ୍‌କୁ ଭୂମି ଅଧିଗ୍ରହଣ ପୋର୍ଟାଲ୍‌ ମାଧ୍ୟମରେ ଉପଲବ୍ଧ କରାଇବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ସମସ୍ତ ଜମି ଅଧିଗ୍ରହଣ ଅଧିକାରୀ, ସ୍ବତନ୍ତ୍ର ଜମି ଅଧିଗ୍ରହଣ ଅଧିକାରୀ ଓ ଜୋନ୍‌ ଅଧିକାରୀଙ୍କୁ ନିୟମିତ ତାଲିମ ପ୍ରଦାନ କରିବା ଉପରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri