୧୦ ବଦଳରେ ୨ ଡାକ୍ତର

ରାଇବଣିଆ, ୩୧।୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଆଦିବାସୀ ଅଞ୍ଚଳରେ ଥିବା ୩୦ଶଯ୍ୟା ବିଶିଷ୍ଟ ହାତୀଗଡ଼ ସ୍ବାସ୍ଥ୍ୟକେନ୍ଦ୍ର ଏବେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏଠାରେ ୧୦ ସ୍ଥାନରେ ଅଛନ୍ତି ମାତ୍ର ୨ ଡାକ୍ତର। ଏହାର ଅଧୀନରେ ୪ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓଲମରା, ଶାଳବଣୀ, ଖୁଆଡ଼, ଶିଖରପୁର ରହିଛି। କୌଣସି ବି ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ନାହାନ୍ତି। ଫଳରେ ସାଧାରଣ ରୋଗ ହେଲେ ମଧ୍ୟ ସ୍ଥାନୀୟ ଅଞ୍ଚଳବାସୀ ହାତୀଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଧାଇଁ ଆସିଥାନ୍ତି। ଏଠାରେ ମଧ୍ୟ ଆବଶ୍ୟକ ଚିକିତ୍ସା ସୁବିଧା ମିଳୁ ନ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ମାତ୍ର ହାତୀଗଡ଼ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ୭ ବର୍ଷ ହେଲାଣି ଭେଷଜ ବିଭାଗ, ଶିଶୁ ରୋଗ ବିଶେଷଜ୍ଞ, ଶଲ୍ୟ ଚିକିତ୍ସା ବିଭାଗ, ଜଣେ ଏମବିବିଏସ୍‌ ଡାକ୍ତର, ଜଣେ ହସ୍ପିଟାଲ ଇନଚାର୍ଜ, ଜଣେ ପ୍ରୋଗ୍ରାମିଂ ଇନଚାର୍ଜ ପଦବୀ, ୬ଜଣ ନର୍ସ ଓ ଏଏନ୍‌ଏମ୍‌ ପଦବୀ ଫାଙ୍କା ପଡ଼ିଛି। ଏହା ଉପରେ ପାଖାପାଖି ୧୪ ପଞ୍ଚାୟତର ଲୋକ ସହିତ ପଶ୍ଚିମବଙ୍ଗର ଲୋକ ମଧ୍ୟ ନିର୍ଭର କରିଥାନ୍ତି। ପ୍ରତ୍ୟେକ ଦିନ ଏଠାକୁ ଶହେରୁ ଦୁଇ ଶହ ରୋଗୀ ଆସିଥାନ୍ତି। ଏହି ମେଡିକାଲ୍‌ ଉପରେ ପାଖାପାଖି ୧ ଲକ୍ଷ ଲୋକ ନିର୍ଭର କରନ୍ତି। ଏଠାରେ ବର୍ତ୍ତମାନ ୨ଟି ଆମ୍ବୁଲାନ୍ସ ରହିଛି। ଯାହାକି ଦୁଇଟିରେ ସେବା ଯୋଗାଇବାରେ ଅସମ୍ଭବ ହୋଇପଡ଼ିଛି। ଫଳରେ ଲୋକେ ବହୁତ ହଇରାଣ ହେଉଛନ୍ତି। ଯେକୌଣସି ଛୋଟ କାରଣ ହେଲେ ମଧ୍ୟ ୮୦ କି.ମି. ଦୂର ବାଲେଶ୍ୱରର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଉଛି। ତେଣୁ ତୁରନ୍ତ ଏଠାରେ ଏକ ମେଡିସିନ ବିଭାଗର ଡାକ୍ତର ସହିତ ଏବଂ ସମସ୍ତ ପଦବୀ ପୂରଣ କରାଯାଉ ବୋଲି ପୂର୍ବତନ ସମିତିସଭ୍ୟ ଦିଗାମ୍ବର ଦାସଙ୍କ ସହ ଅନେକ ବୁଦ୍ଧିଜୀବୀ ଦାବି କରିଛନ୍ତି। ଏନେଇ ଆମେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦୁଲାଲସେନ ଜଗଦେବଙ୍କୁ ଯୋଗାଯୋଗ କରାଯିବାରୁ ସେ କହିଥିଲେ ଯେ, ସରକାର ଏନେଇ ଖୁବ୍‌ ତତ୍ପର। ଦରଖାସ୍ତ ଦିଆଯାଇଛି, ଖୁବ୍‌ଶୀଘ୍ର ଡାକ୍ତର ପଦବର ପୂରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri