୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।

ଖବର ଅନୁସାରେ, ଆଜି ପ୍ରତ୍ୟୁଷରେ ୫୨୦ ନମ୍ବର ଜାତୀୟ ରାଜପଥ ର ଚୁନା ଘାଟି କୁନ୍ଦୁରୁବୁରୁ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଲୁହାପଥର ଓ କୋଇଲା ବୋଝେଇ ଟ୍ରକ ମଧ୍ୟରେ ଦୁର୍ଘଟଣା ହୋଇଥିଲା ।  କେ ବଲାଙ୍ଗ ଥାନା ଅନ୍ତର୍ଗତ କୁନ୍ଦୁରୁବୁରୁ ନିକଟରେ ଏକ କୋଇଲା ବୋଝେଇ ଟ୍ରକ୍ କୋଇଡ଼ା ପଟକୁ ଯାଉଥିବା ବେଳେ ବିପରୀତ ଦିଗରୁ ବଣାଇଁ ପଟକୁ ଆସୁଥିବା ଏକ ଲୌହ ପଥର ବୋଝେଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।  ଲୁହାପଥର ଟ୍ରକ୍‌ର ବ୍ରେକ୍ ଫେଲ୍ ଯୋଗୁଁ ଦୁର୍ଘଟଣା ସୂଚନା ରହିଛି । କିନ୍ତୁ ବର୍ତ୍ତମାନ ସୁଦ୍ଧା ଏନେଇ କୌଣସି ସ୍ପଷ୍ଟ କରାଯାଇ ନାହିଁ । ୨ ଘଣ୍ଟାର ପରିଶ୍ରମ ପରେ ମୃତଦେହକୁ ଉଦ୍ଧାର କରିଛି ଅଗ୍ନିଶମ କର୍ମଚାରୀ । କେ ବଲାଙ୍ଗ ପୋଲିସ ତଦନ୍ତ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା ମୃତ ଦୁଇ ଚାଳକ ଙ୍କ ପରିଚୟ ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri