Posted inଜାତୀୟ

ବିମାନରେ ହଙ୍ଗାମା: ନିଶାରେ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ମୁମ୍ବାଇ,୨୩।୩: ଦୁବାଇରୁ ମୁମ୍ବାଇ ଅଭିମୁଖେ ଆସୁଥିବା ଏକ ଇଣ୍ଡିଗୋ ବିମାନରେ ୨ ଜଣ ଯାତ୍ରୀ ହଙ୍ଗାମା କରିଛନ୍ତି। ନିଶାରେ ସେମାନେ କ୍ୟାବିନ କ୍ରୁ ଏବଂ ସହଯାତ୍ରୀଙ୍କ ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ସାମ୍ନାକୁ ଆସିବା ପରେ ଉଭୟ ଯାତ୍ରୀଙ୍କୁ ମୁମ୍ବାଇରେ ଗିରଫ କରାଯାଇଛି।
ପୋଲିସ କହିଛି ଯେ, ଏହି ପ୍ରସଙ୍ଗରେ ଏୟାର ଇଣ୍ଡିଗୋ ପକ୍ଷରୁ ଏକ ଅଭିଯୋଗ କରାଯାଇଥିଲା। ଉଭୟ ଯାତ୍ରୀଙ୍କ ବିରୋଧରେ ମାମଲା ରୁଜୁ ହେବା ପରେ ତାଙ୍କୁ ଗିରଫ କରାଯାଇଥିଲା। ଗିରଫ ପରେ ଉଭୟ କୋର୍ଟରୁ ଜାମିନ ପାଇଥିଲେ।
ପୋଲିସର ସୂଚନାନୁସାରେ, ଉଭୟ ଅଭିଯୁକ୍ତ କୋଲହାପୁର ଏବଂ ପାଲଘରର ନାଲାସୋପାରା ବାସିନ୍ଦା। ସେମାନେ ଦୁବାଇରୁ ଫେରୁଥିଲେ। ଦେଶକୁ ଫେରିବା ଖୁସିରେ ଉଭୟ ଅଭିଯୁକ୍ତ ମଦ୍ୟପାନ କରୁଥିଲେ। ସେମାନଙ୍କର ନାମ ହେଉଛି ଦତ୍ତାତ୍ରେୟ ବାପାର୍ଡେକର ଏବଂ ଜନ ଜର୍ଜ ଡି’ସୁଜା। ଉଭୟ ନିଶାରେ ବିମାନରେ ହଙ୍ଗାମା କରିଥିଲେ। ଅନ୍ୟ ଯାତ୍ରୀମାନେ ଆପତ୍ତି ଉଠାଇବା ସହ ଏନେଇ ଅଭିଯୋଗ କରିଥିଲେ। ବିମାନର କ୍ରୁ ମେମ୍ବରମାନେ ମଧ୍ୟ ଉଭୟଙ୍କୁ ଅଟକାଇବାକୁ ଚେଷ୍ଟା କରିବାକୁ ସେମାନଙ୍କୁ ଗାଳି ଦେଇଥିଲେ।
ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୩୫ (ଅନ୍ୟମାନଙ୍କ ଜୀବନ କିମ୍ବା ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବା) ଏବଂ ବିମାନ ଚଳାଚଳ ନିୟମର ସମ୍ପୃକ୍ତ ବିଭାଗ ଅନୁଯାୟୀ, ଉଭୟଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି ବୋଲି ସାହାର ପୋଲିସ ଷ୍ଟେଶନର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆଗୁଆ ସମୀକ୍ଷା କରିଥିଲେ ବିଜୁଳି ସଙ୍କଟ ହୋଇ ନ ଥାଆନ୍ତା: କଂଗ୍ରେସ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ସରକାରଙ୍କ ଅପରିଣାମଦର୍ଶିତା ଓ ଦୂରଦର୍ଶିତା ଅଭାବ ଯୋଗୁ ମେ ମାସର ପ୍ରଚଣ୍ଡ ଗରମରେ ରାଜ୍ୟବାସୀଙ୍କୁ ହଇରାଣ ହେବାକୁ ପଡୁଛି। ଯଦି ସରକାର ପୂର୍ବରୁ…

ପେଟ୍ରୋଲ, ଡିଜେଲ ଉପରୁ ଭାଟ୍‌ ହ୍ରାସ ଦାବିକଲେ ବିରୋଧୀ

ଭୁବନେଶ୍ୱର, ୨୪।୫(ସୁନିତ୍‌ ମିଶ୍ର): ରାଜ୍ୟରେ ତେଲ ଦର ବାରମ୍ବାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ ଦିନ ମଧ୍ୟରେ ତେଲ ଦର ୩ ଥର ବୃଦ୍ଧି ପାଇବାକୁ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri