ଶିମିଳିପାଳ,କୁଲଡିହାରେ୨ ହାତୀ ମୃତ

ବାରିପଦା ଅଫିସ/ନୀଳଗିରି,୧୩ା୪(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ଶିମିଳିପାଳ ଓ ବାଲେଶ୍ୱର ଜିଲା ନୀଳଗିରିସ୍ଥିତ କୁଲଡିହା ଅଭୟାରଣ୍ୟରେ ୨ ହାତୀଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ କପ୍ତିପଦା ରେଞ୍ଜ ରାଇପାଲ ବିଟ୍‌ ଶାରୀଶୁଆ ସେକ୍ସନ ପଦ୍ମପୋଖରୀ ଅଞ୍ଚଳରୁ ବୁଧବାର ବନ ବିଭାଗ ଏକ ଦନ୍ତାହାତୀର ମୃତଦେହ ଠାବ କରିଛି। ମୃତ ହାତୀର ବୟସ ୧୦ରୁ ୧୫ବର୍ଷ ହେବ। ଗୁରୁବାର ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ ଜୋଷୀ କହିଛନ୍ତି। ଖବରପାଇ ବନଖଣ୍ଡ ଅଧିକାରୀ ଜୋଷୀ, ଏସିଏଫ୍‌ ଡି.କେ.ବାରିକ, କପ୍ତିପଦା ରେଞ୍ଜର ଅଚ୍ୟୁତାନନ୍ଦ ଦାଶ, ପ୍ରାଣୀ ଚିକିତ୍ସକ ଓ ରେଞ୍ଜର କର୍ମଚାରୀମାନେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନର ପିଠାବଟା ରେଞ୍ଜ ବାଲିଖାନ ସେକ୍ସନ ଗୋପୀନାଥପୁର ବିଟ୍‌ ଅଞ୍ଚଳରୁ ଫେବୃୟାରୀ ୯ତାରିଖରେ ଶିକାରୀମାନେ ଏକ ଦନ୍ତାହାତୀର ଦାନ୍ତ ସହ ଶୁଣ୍ଢ କାଟିନେବା ଘଟଣାର ଠିକ୍‌ ମାସକ ପରେ ପୁଣି ଏକ ଦନ୍ତାହାତୀର ମୃତଦେହକୁ ବନ ବିଭାଗ ଜବତ କରିଛି। ଏହାକୁ ନେଇ ପ୍ରାଣୀପ୍ରେମୀମାନଙ୍କ ମଧ୍ୟରେ ଉଦ୍‌ବେଗ ପ୍ରକାଶ ପାଇଛି। ବନ ବିଭାଗର କାର୍ଯ୍ୟକଳାପକୁ ନେଇ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡ଼ିଛନ୍ତି ବୋଲି ପ୍ରାକ୍ତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ ପ୍ରକାଶ କରିଛନ୍ତି ା
କୁଲଡ଼ିହା ଅଭୟାରଣ୍ୟର ଝରଣାଘାଟି ସେକ୍ସନ ପୁରୁଣାପାଣି ବିଟ୍‌ ଡାଙ୍ଗରପୋଖରୀ ନିକଟ ଜଙ୍ଗଲ ଭିତରେ ଏକ ଅଣ୍ଡିରା ଛୁଆହାତୀର ମୃତଦେହ ଠାବ କରାଯାଇଛି। ଛୁଆହାତୀର ବୟସ ୧୦ବର୍ଷ ହେବ। ବନ କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ଠାବକରି ଉପରିସ୍ଥ ଅଧିକାରୀଙ୍କୁ ଖବର ଦେଇଥିଲେ। ବାଲେଶ୍ୱର ଡିଏଫ୍‌ଓ ଖୁସବନ୍ତ ସିଂହ, କୁଲଡ଼ିହା ରେଞ୍ଜର ଅନନ୍ତ କୁମାର ଜେନା, ସ୍ଥାନୀୟ ଫରେଷ୍ଟର ଘଟଣାସ୍ଥଳରେ ପହଞ୍ଚତ୍ ହାତୀ ମୃତ୍ୟୁର ପ୍ରାଥମିକ ଅନୁସନ୍ଧାନ କରିଥିଲେ। ଏହି ଅଣ୍ଡିରା ହାତୀ ଛୁଆଟି ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଅନୁମାନ କରାଯାଉଛି। ଗୁରୁବାର ଟାସ୍କଫୋର୍ସ ଓ ପ୍ରାଣୀ ଚିକିତ୍ସକ ଆସିବା ପରେ ଶବ ବ୍ୟବଚ୍ଛେଦ କରାଯିବ ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ବନ ବିଭାଗ ସୂଚନା ଦେଇଛି। ଉଲ୍ଲେଖଯୋଗ୍ୟ, ଗତ ୧୪ ମାସ ଭିତରେ କୁଲଡ଼ିହା ଅଭୟାରଣ୍ୟରେ ୮ଟି ହାତୀଙ୍କ ମୃତ୍ୟୁ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri