ଗ୍ରାମରେ ଆତଙ୍କ ଖେଳାଇଛନ୍ତି ୨ ଦନ୍ତା

ଲହୁଣୀପଡ଼ା,୨୬ା୮(ଦାଶରଥି ପଣ୍ଡା): ଲହୁଣୀପଡ଼ା ବ୍ଲକ କୁଡ଼େଇକଳା ଓ କଲେଇପୋଷ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଗତ କିଛି ଦିନ ହେବ ୨ ଗୋଠଛଡ଼ା ଜଙ୍ଗଲି ହାତୀ ଘରଦ୍ୱାର ଭାଙ୍ଗି ଧାନ ଚାଉଳ ଖାଇବା ସହିତ ଆତଙ୍କ ଖେଳାଇଛନ୍ତି। ରାତରେ ଗ୍ରାମବାସୀ ଏକାଠି ହୋଇ ବନ ବିଭାଗ କର୍ମଚାରୀଙ୍କ ସହିତ ହାତୀକୁ ଜଗି ରହୁଛନ୍ତି। ସୂଚନାରୁ ପ୍ରକାଶ ଯେ, ୨ଟି ଗୋଠଛଡା ଜଙ୍ଗଲି ହାତୀ କିଛିଦିନ ପୂର୍ବେ ବଣାଇଁ ବନାଞ୍ଚଳରୁ ବ୍ରାହ୍ମଣୀ ନଦୀ ପାରି ହୋଇ କୁଳିପୋଷ ବନାଞ୍ଚଳରେ ପଶିଥିଲେ। କୁଡେଇକଳା ଓ କଲେଇପୋଷ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପଶି ଘର ଭାଙ୍ଗିବା ସହ ଧାନ ଚାଉଳ ଖାଇ ନଷ୍ଟ କରିଥିଲେ। ଏଭଳି ହାତୀ ଉପଦ୍ରବ ଘଟଣା ବାରମ୍ବାର ଘଟୁଥିବାରୁ ଅଞ୍ଚଳରେ ଏକ ପ୍ରକାର ଭୟର ବାତାବରଣ ଖେଳିଯିବା ସହିତ ଗ୍ରାମବାସୀଙ୍କ ଭିତରେ ଅସନ୍ତୋଷ ଦେଖାଦେଇଛି। ଉକ୍ତ ହାତୀ ୨ଟି ଶୁକ୍ରବାର କୁଡ଼େଇକଳା ପଞ୍ଚାୟତର ଦେଓଦେବପୁରୁ ଓ ଟୁମକା ସାହିର ଜଙ୍ଗଲ ଭିତରେ ରହିଥିବା ଜାଣି ଗ୍ରାମବାସୀ ଆତଙ୍କିତ ହୋଇ ବନ ବିଭାଗ କର୍ମଚାରୀଙ୍କୁ ଖବର ଦେଇଥିଲେ। ଖବର ପାଇ କୁଳିପୋଷ ବନ ବିଭାଗ କର୍ମଚାରୀ ପହଞ୍ଚି ହାତୀକୁ ଘଉଡ଼ାଇ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?