ହେଲ୍ପ ଡେସ୍କରେ କାର୍ଯ୍ୟରତ ୨ କର୍ମଚାରୀ କରୋନା ପଜିଟିଭ୍‌: କୋରାପୁଟ ଜିଲା ଚିକିତ୍ସାଳୟ ୪୮ ଘଣ୍ଟା ବନ୍ଦ

ଜୟପୁର,୨୦ା୭(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଚିକିତ୍ସାଳୟର ୨ଜଣ ହେଲ୍ପ ଡେସ୍କରେ କାର୍ଯ୍ୟରତ ଅସ୍ଥାୟୀ ମହିଳା କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ତୁରନ୍ତ ଜିଲା ଚିକତ୍ସାଳୟକୁ ଆସନ୍ତା ୪୮ ଘଣ୍ଟା ଗୁରବାର ତ୍ପର୍ଯ୍ୟନ୍ତ ବନ୍ଦ କରାଯାଇଛି । ଏହି ସମୟରେ ଚିକିତ୍ସାଳୟର ସମସ୍ତ କକ୍ଷ, ଭବନ, କାର୍ଯ୍ୟାଳୟକୁ ସାନିଟାଇଜ୍‌ କରାଯାଇଛି ।
ଉକ୍ତ ୨ ମହିଳା କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟାନ୍ୟ କର୍ମଚାରୀଙ୍କ କୋଭିଡ ପରୀକ୍ଷା କରାଯାଇଛି । ସମ୍ପୁର୍ଣ୍ଣ ଆଉଟ୍‌ଡୋରକୁ ବନ୍ଦ କରାଯାଇଛି। ଇନ୍‌ଡୋରରେ ଚିକତ୍ସିତ ୨୫ଜଣ ରୋଗୀଙ୍କ ମଧ୍ୟରୁ ପ୍ରାୟ ୧୦ରୁ ୧୨ଜଣ ଗୁରୁତର ଅବସ୍ଥାରେ କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟମାନଙ୍କୁ ଚିକିତ୍ସାଳୟରୁ ଡିସ୍‌ଚାର୍ଜ କରାଯାଇଛି । କେବଳ ସ୍ତ୍ରୀ ଓ ପ୍ରସୁତି ଏବଂ ଜରୁରୀକାଳୀନ ବିଭାଗ ଖୋଲାରହିବା ଆବଶ୍ୟକ ଅନୁଯାୟୀ ରୋଗୀଙ୍କ ଚିକିତ୍ସା କରାଯିବ ବୋଲି ସିଡିଏମ୍‌ଓ ଡା. ମକରନ୍ଦ ବେଉରା ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri