ଯୁକ୍ତ୨ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ୨ ନାମଲେଖା ଅବଧିକୁ ରାଜ୍ୟ ସରକାର ୫ଦିନ ବୃଦ୍ଧି କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅନୁମୋଦନକ୍ରମେ ପରିବର୍ତ୍ତିତ ନାମଲେଖା କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଛି। ବର୍ତ୍ତମାନ ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଚାଲିଛି। ଏହା ଗତ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବାବେଳେ ୨୫ ତାରିଖରେ ସରିବାର ଥିଲା। କିନ୍ତୁ ଏହାକୁ ପରିବର୍ତ୍ତନ କରାଯାଇଛି। ନୂତନ କାର୍ଯ୍ୟସୂଚୀ ଅନୁଯାୟୀ, ନାମଲେଖା ଅବଧିକୁ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଯେଉଁମାନେ ମନୋନୀତ ହୋଇଛନ୍ତି, ସେମାନଙ୍କ ନାମଲେଖା ପାଇଁ ଆଉ ୫ଦିନ ସୁଯୋଗ ମିଳିବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଅବଧି ସେପ୍ଟେମ୍ବର ୫ରୁ ୭ ତାରିଖ ରହିଥିଲା। ଏବେ ତାହାକୁ ସେପ୍ଟେମ୍ବର ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ସ୍ପଟ୍‌ ନାମଲେଖା ସେପ୍ଟେମ୍ବର ୧୫ରୁ ୧୬ ମଧ୍ୟରେ ଅନୁଷ୍ଠିତ ହେବାର ଥିଲା। ତାହା ଏବେ ୧୭ ରୁ ୨୦ ତାରିଖ ମଧ୍ୟରେ ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଚଳିତବର୍ଷ ଯୁକ୍ତ୨ ନାମଲେଖା ପାଇଁ ୪,୮୦,୭୦୪ ଛାତ୍ରୀଛାତ୍ର ଆବେଦନ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୪,୦୪,୪୦୦ ଛାତ୍ରୀଛାତ୍ର ନାମଲେଖା ପାଇଁ ମନୋନୀତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ସାଧାରଣ ବର୍ଗରେ ୩,୨୫,୪୩୩ଜଣ ଥିବାବେଳେ ଏସ୍‌ସି ୩୮,୮୪ ଓ ଏସ୍‌ଟିରେ ୩୮,୬୨୩ଜଣ ରହିଛନ୍ତି। ବାକି ଛାତ୍ରୀଛାତ୍ର ଅନ୍ୟ ୪ ବର୍ଗରେ ରହିଛନ୍ତି। ପ୍ରଥମ ଦିନରେ ୫୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମ ଲେଖାଇଥିଲେ। କିନ୍ତୁ ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାରୁ ନାମଲେଖା ଅବଧି ବୃଦ୍ଧି କରିବା ପାଇଁ ବିଭିନ୍ନ ମହଲରୁ ଦାବି ହୋଇଥିଲା। ଓଡ଼ିଶା ଅଭିଭାବକ ମହାସଂଘ ମଧ୍ୟ ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଥିଲା। ଯୁକ୍ତ୨ ନାମଲେଖା ଅବଧି ବୃଦ୍ଧି କରାଯାଇପାରେ ବୋଲି ପୂର୍ବରୁ ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ଏବେ ନାମଲେଖା ଅବଧି ବୃଦ୍ଧି କରାଯାଇଥିବାରୁ ଛାତ୍ରୀଛାତ୍ର ଖୁସିବ୍ୟକ୍ତ କରିବା ସହିତ ସରକାରଙ୍କ ପଦକ୍ଷେପକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri