କଡ଼ା ସୁରକ୍ଷା ମଧ୍ୟରେ +୨ ପରୀକ୍ଷା

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ): କଡ଼ା ସୁରକ୍ଷା ମଧ୍ୟରେ ମଙ୍ଗଳବାର ଠାରୁ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ +୨ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ଛାତ୍ରୀ ଛାତ୍ର ମାନେ ପରୀକ୍ଷା ହଲକୁ ଯିବା ପୁର୍ବରୁ ଯାଞ୍ଚ କଡ଼ାକଡ଼ି କରାଯାଉଛି। ଉକ୍ତ ଦୁଇ ମହାବିଦ୍ୟାଳୟରେ ହବ୍‌ ମଧ୍ୟ ହୋଇଛି। ଏଠାରୁ ଅଞ୍ଚଳର ଅନ୍ୟାନ୍ୟ ମହାବିଦ୍ୟାଳୟକୁ କଡ଼ା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ପଠାଯାଉଛି। କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ପରୀକ୍ଷା କିଭଳି ଶାନ୍ତିଶୃଙ୍ଖଳାର ସହ ହୋଇପାରିବ ସେଥିପାଇଁ ପଦକ୍ଷେପ ନେଇଛନ୍ତି। ତେଣୁ କଲେଜ ମୁଖ୍ୟ ଫାଟକରୁ ହିଁ ଛାତ୍ରୀ ଛାତ୍ରଙ୍କୁ ଯାଞ୍ଚକରି ପରୀକ୍ଷା ହଲକୁ ଛଡ଼ାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri