ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। କଳା, ବିଜ୍ଞାନ, ବାଣିଜ୍ୟ  ଏବଂ ଧନ୍ଦାମୂଳକରେ ୪ ଲକ୍ଷରୁ ଊଦ୍ଧର୍‌ବ ପିଲା ପରୀକ୍ଷା ଦେଇଥିବାବେଳେ ୫ ହଜାର ପିଲା ଅନୁପସ୍ଥିତ ଥିଲେ। ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ ହେବ । ଖାତା ମୂଲ୍ୟାୟନ ପାଇଁ ୧୫୧ ମୂଲ୍ୟାୟନ କେନ୍ଦ୍ର ସହିତ ୧୬ ହଜାର ଅଧ୍ୟାପକ ନିୟୋଜିତ ହୋଇଛନ୍ତି ।

Image

ସିଏଚ୍ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି ଯେ, ବିଶେଷ କରି ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେବ । ମୋଟ୍ ଆକାରରେ ଚଳିତ ବର୍ଷ ଯୁକ୍ତ ୨ରେ ୨୫ ଲକ୍ଷ ଖାତା ମୂଲ୍ୟାୟନ ହେବ । ଏପ୍ରିଲ୍ ଶେଷ ସୁଦ୍ଧା ଖାତା ଦେଖା ଶେଷ ହେବା ସହିତ ମେ’ ମାସରେ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଲକ୍ଷ୍ୟ ରଖାଯାଇଛି ।

ଯୁକ୍ତ ଦୁଇ ଖାତା ଉଭୟ ଅଫଲାଇନ ଓ ଅନଲାଇନରେ ଦେଖା ହେବ । ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବ । ଅତ୍ୟଧିକ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଧ୍ୟାପକଙ୍କ ପାଇଁ ପାନୀୟ ଜଳଠୁ ଆରମ୍ଭ କରି ସମସ୍ତ ପ୍ରକାର ସୁବିଧା କରାଯିବ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?