ଯୁକ୍ତ୨ ପରୀକ୍ଷା: ୨୮ରେ ସରିବ ଫର୍ମପୂରଣ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୨୦୨୩ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା (ଫାଇନ୍‌) ଆସନ୍ତା ୨୮ ତାରିଖରେ ଶେଷ ହେବ। ରେଗୁଲାର, ଏକ୍ସରେଗୁଲାର ଫରୀକ୍ଷାର୍ଥୀଙ୍କ ଲାଗି ବିନା ଜରିମାନାରେ ଫର୍ମ ପୂରଣ ଗତ ୧୪ରୁ ଆରମ୍ଭ ହୋଇ ୨୨ ତାରିଖରେ ସରିଥିଲା। ଫର୍ମପୂରଣ ଫି’ ଥିଓରୀ ଲାଗି ୫୨୦ ଟଙ୍କା ଏବଂ ପ୍ରାକ୍ଟିକାଲ ବିଷୟ ଲାଗି ୪୦ଟଙ୍କା ଧାର୍ଯ୍ୟ ହୋଇଥିଲା। ତେବେ ଯେଉଁ ଛାତ୍ରୀଛାତ୍ର ପ୍ରଥମ ପର୍ଯ୍ୟାୟରେ ଫର୍ମପୂରଣ ପ୍ରକ୍ରିୟାରୁ ବଞ୍ଚତ୍ତ ହୋଇଥିଲେ ସେମାନଙ୍କ ଲାଗି ଜରିମାନା ବା ଫାଇନ୍‌ ସହ ଫର୍ମ ପୂରଣ କରିବାକୁ ସୁଯୋଗ ଦିଆଯାଇଛି। ଏହି ଜରିମାନା ରହିତ ଫର୍ମପୂରଣ ପ୍ରକ୍ରିୟା ଆସନ୍ତା ୨୮ ତାରିଖରେ ଶେଷ ହେବ। ଜରିମାନା ବାବଦରେ ଛାତ୍ରୀଛାତ୍ରଙ୍କୁ ଅତିରିକ୍ତ ୪୫୦ ଟଙ୍କା ପୈଠ କରିବାକୁ ପଡୁଛି। ତେବେ ଫର୍ମପୂରଣ ପ୍ରକ୍ରିୟା ଶେଷ ହେବାପରେ କେଉଁ କଲେଜ କେଉଁ ଦିନ ଯୁକ୍ତ୨ ପରିଷଦରେ ଫର୍ମ ଜମା କରିବେ, ସେନେଇ ସମସ୍ତ ଜୁନିୟର କଲେଜର ଅଧ୍ୟକ୍ଷଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି। ଅନ୍ୟପକ୍ଷରେ ସେଣ୍ଟ୍ରାଲ ଜୋନ୍‌, ବାରିପଦା, ବ୍ରହ୍ମପୁର ଏବଂ ସମ୍ବଲପୁର ଜୋନ୍‌ ଲାଗି ଡକ୍ୟୁମେଣ୍ଟ ଜମା କରିବାର ତାରିଖ ଡିସେମ୍ବର ୫ରୁ ଆରମ୍ଭ ହୋଇ ଡିସେମ୍ବର ୧୪ରେ ଶେଷ ହେବ ବୋଲି ଧାର୍ଯ୍ୟ ହୋଇଛି। ନିର୍ଦ୍ଧାରିତ ତାରିଖ ଧାର୍ଯ୍ୟ ସମ୍ପର୍କରେ ପ୍ରରୀକ୍ଷା ନିୟନ୍ତ୍ରକ ଅଧ୍ୟକ୍ଷମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri