ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୨୦ା୧୧:  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଏବଂ ପତ୍ରବିନିମୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। । ୧୮ ତାରିଖରେ ବିଜ୍ଞାନ ବିଭାଗର ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଓଡ଼ିଆ ପରୀକ୍ଷା ହେବ ନେଇ ସୂଚନାରୁ ପ୍ରକାଶ ।

ସେହିପରି ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିପାରିବେ। ୬୦୦ ଟଙ୍କା ଜରିମାନା (ଫାଇନ୍‌) ସହ ଏହି ଆବେଦନ କରାଯିବାକୁ ଥିବାବେଳେ ୨୮ତାରିଖରେ ଡକ୍ୟୁମେଣ୍ଟ ଦାଖଲ କରିବାକୁ ପଡ଼ିବ। ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ବିନା ଜରିମାନାରେ ଛାତ୍ରୀଛାତ୍ରମାନେ ଫର୍ମପୂରଣ କରିଥିଲେ। ସେହିପରି ୪ରୁ ୧୪ ତାରିଖ ମଧ୍ୟରେ ୨୦୦ ଟଙ୍କା ଜରିମାନା ସହ ଫର୍ମ ଫିଲ୍‌ପ କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟ ଅର୍ଥାତ୍‌ ନଭେମ୍ବର ୧୧ରୁ ୧୮ ତାରିଖ ମଧ୍ୟରେ ୬୦୦ ଟଙ୍କା ଜରିମାନା ସହ ଆବେଦନ କରାଯାଇଥିଲା। ବର୍ତ୍ତମାନ ସମୟସୀମା ବୃଦ୍ଧି କରାଯାଇଥିବାରୁ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ଫର୍ମ ପୂରଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri