ଫେବୃଆରୀ ୧୮ରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୨୦ା୧୧:  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର +୨ ପରୀକ୍ଷା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ଅନୁଯାୟୀ, ଫେବୃଆରୀ ୧୮ରୁ +୨ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ଫେବୃଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ ପର୍ଯ୍ୟନ୍ତ ଚାଲିବ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଏବଂ ପତ୍ରବିନିମୟ ପରୀକ୍ଷା ମଧ୍ୟ ଅନୁଷ୍ଠିତ ହେବ। । ୧୮ ତାରିଖରେ ବିଜ୍ଞାନ ବିଭାଗର ଓଡ଼ିଆ ପରୀକ୍ଷା ହେବା ସହ ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ଓଡ଼ିଆ ପରୀକ୍ଷା ହେବ ନେଇ ସୂଚନାରୁ ପ୍ରକାଶ ।

ସେହିପରି ଶିକ୍ଷାବର୍ଷ ୨୦୨୪-୨୫ରେ ଯୁକ୍ତ୨ ପରୀକ୍ଷା ପାଇଁ ରେଗୁଲାର ତଥା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କ ନିମନ୍ତେ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି। ବୁଧବାରଠାରୁ ଆସନ୍ତା ୨୫ତାରିଖ ମଧ୍ୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ଆଗ୍ରହୀ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିପାରିବେ। ୬୦୦ ଟଙ୍କା ଜରିମାନା (ଫାଇନ୍‌) ସହ ଏହି ଆବେଦନ କରାଯିବାକୁ ଥିବାବେଳେ ୨୮ତାରିଖରେ ଡକ୍ୟୁମେଣ୍ଟ ଦାଖଲ କରିବାକୁ ପଡ଼ିବ। ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ବିନା ଜରିମାନାରେ ଛାତ୍ରୀଛାତ୍ରମାନେ ଫର୍ମପୂରଣ କରିଥିଲେ। ସେହିପରି ୪ରୁ ୧୪ ତାରିଖ ମଧ୍ୟରେ ୨୦୦ ଟଙ୍କା ଜରିମାନା ସହ ଫର୍ମ ଫିଲ୍‌ପ କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟ ଅର୍ଥାତ୍‌ ନଭେମ୍ବର ୧୧ରୁ ୧୮ ତାରିଖ ମଧ୍ୟରେ ୬୦୦ ଟଙ୍କା ଜରିମାନା ସହ ଆବେଦନ କରାଯାଇଥିଲା। ବର୍ତ୍ତମାନ ସମୟସୀମା ବୃଦ୍ଧି କରାଯାଇଥିବାରୁ ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ଫର୍ମ ପୂରଣ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇର ଦାବି, ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ଜିଲାପାଳ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଦୁର୍ଦ୍ଦଶା ଓ ବ୍ୟାପକ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ବିପନ୍ନଙ୍କୁ…

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ…

ଶେଷ ମ୍ୟାଚ୍‌ରେ ହାରିଲା,ହେଲେ ୩-୨ରେ ସିରିଜ ଜିତିଲା ଟିମ୍‌ ଇଣ୍ଡିଆ

ହାମିଲଟନ୍,୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର ଟି-୨୦ ସିରିଜ୍ ୩-୨ ସ୍କୋର ସହ ଶେଷ ହୋଇଛି। ସିରିଜ୍‌ର ପ୍ରଥମ ତିନୋଟି ମ୍ୟାଚ୍ କ୍ରମାଗତ ଭାବେ…

ରିଲିଫ୍‌ରୁ ବଞ୍ଚିତ ବନ୍ୟା ବିପନ୍ନ, ଗୁହାରି ଶୁଣିବା ବଦଳରେ ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି ବିପର୍ଯ୍ୟୟ। ଘରଦ୍ୱାର ଉଜାଡ଼ିବା ସହ ଲୋକଙ୍କ ମୁହଁରୁ ଆହାର ଛଡ଼ାଇ…

ବନ୍ୟା ଦୁର୍ଦ୍ଦଶା ମଧ୍ୟରେ ପୁଣି ବାତ୍ୟା ଆଶଙ୍କା, ଚିନ୍ତାରେ ଗଞ୍ଜାମବାସୀ, ମୁକାବିଲା ପାଇଁ ଜିଲା ପ୍ରଶାସନ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବେ ବି ସ୍ବାଭାବିକ ହୋଇନାହିଁ। ବିଭିନ୍ନ ଅଞ୍ଚଳରେ ବନ୍ୟାଜଳ ଜମି ରହିଥିବାରୁ…

ବନ୍ୟା ପରିଚାଳନାରେ ଅବହେଳା: ଦୁଇ କର୍ମଚାରୀ ନିଲମ୍ବିତ, ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ପରିସ୍ଥିତିର ମୁକାବିଲା ଓ ପରିଚାଳନା କାର୍ଯ୍ୟରେ ଅବହେଳା ଅଭିଯୋଗରେ ଗଞ୍ଜାମ ଜିଲା ୩ ଜଣ କର୍ମଚାରୀଙ୍କ ବିରୋଧରେ ପ୍ରଶାସନ…

ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ଫାଶରେ ପଡ଼ିଲା ଷଣ୍ଢ

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ଅଧୀନ ବିଭିନ୍ନ ସଂରକ୍ଷିତ ଜଙ୍ଗଲ ଇଲାକାରେ ଅବାଧ ବନ୍ୟଜନ୍ତୁ ଶିକାର ଦିନକୁ ଦିନ ବଢ଼ି ଚାଲିଛି। ସାନଖେମୁଣ୍ଡି…

ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଦାଦନ ଯନ୍ତ୍ରଣା ଲାଗି ରହିଥିବାବେଳେ ପୁଣିଥରେ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃ୍‌ତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?