ମାର୍ଚ୍ଚ ୫ରୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର,୨୨ା୭(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନୂଆ ଶିକ୍ଷାବର୍ଷ ୨୦୨୩-୨୪ ପାଇଁ ଏକାଡେମିକ କ୍ୟାଲେଣ୍ଡର ପ୍ରସ୍ତୁତ କରିଛି। ଏଥିସହ ଏହାର କାର୍ଯ୍ୟକାରିତା ନେଇ ଅଧ୍ୟକ୍ଷମାନଙ୍କ ମତାମତ ମଧ୍ୟ ନିଆଯାଇଛି। କ୍ୟାଲେଣ୍ଡର ଅନୁସାରେ କାମ କରିବା ସହ ପ୍ରୋକ୍ଟରିଆଲ କ୍ଲାସ୍‌କୁ ଗୁରୁତ୍ୱ ଦିଆଯାଇଛି। ଅଗଷ୍ଟ ପହିଲାରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠପ଼ଢ଼ା ଆରମ୍ଭ ହେବାକୁ ଥିବାବେଳେ ନୂଆ ଶିକ୍ଷାବର୍ଷ ପାଇଁ ଏକାଡେମିକ କ୍ୟାଲେଣ୍ଡର ଉଭୟ ପ୍ରଥମ ଓ ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ କାର୍ଯ୍ୟକାରୀ କରାଯିବ। ପ୍ରଥମ ବର୍ଷ ବାର୍ଷିକ ପରୀକ୍ଷା ୨୦୨୪ ଏପ୍ରିଲ ୨୫ରୁ ଆରମ୍ଭ ହୋଇ ମେ ୫ରେ ସରିବ। ଏହାପରେ ଗ୍ରୀଷ୍ମ ଛୁଟି କରାଯିବ। ପୂଜା ଛୁଟି ପୂର୍ବରୁ ଦ୍ୱିତୀୟ ବର୍ଷର ଇଣ୍ଟରନାଲ ପରୀକ୍ଷା କରାଯିବ। ଦ୍ୱିତୀୟ ବର୍ଷ ବା ବାର୍ଷିକ ପରୀକ୍ଷା ୨୦୨୪ ମାର୍ଚ୍ଚ ୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ ସୁଦ୍ଧା ସରିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଉକ୍ତ କ୍ୟାଲେଣ୍ଡରରେ ସୂଚନା ଦିଆଯାଇଛି। ସେହିପରି ଯୁକ୍ତ୨ ଦ୍ୱିତୀୟ ବର୍ଷର ପ୍ରୋକ୍ଟରିଆଲ କ୍ଲାସର ବି ସମୀକ୍ଷା କରାଯିବ। ଏଥିରେ ପ୍ରତି ଶିକ୍ଷକଙ୍କୁ କେତେଜଣ ଛାତ୍ରୀଛାତ୍ରଙ୍କ ଦାୟିତ୍ୱ ଦିଆଯାଇଥିଲା। ସେମାନଙ୍କ ପାଠପ଼ଢ଼ା, ଆବଶ୍ୟକତା ଓ ପ୍ରଦର୍ଶନ ସମ୍ପର୍କରେ ଶିକ୍ଷକମାନେ ତଥ୍ୟ ଦେବେ। ଏଥିପାଇଁ ଚଳିତ ବର୍ଷ ଅଗଷ୍ଟ ୨୩ରେ ପ୍ରୋକ୍ଟରିଆଲ ମିଟିଂ ବସିବ। ଏଥିସହ ନଭେମ୍ବର ୨୧ରେ ପ୍ରଥମ ବର୍ଷ ଓ ଡିସେମ୍ବର ୧୮ରେ ଦ୍ୱିତୀୟ ବର୍ଷର ଅଭିଭାବକ-ଶିକ୍ଷକ ବୈଠକ ବସିବ। ନଭେମ୍ବର ୧୮ରେ ଜିଲାସ୍ତରୀୟ ହାକାଥନର ଆୟୋଜନ ହେବ। ଡିସେମ୍ବର ୧୩ରୁ ୧୮ ଯାଏ କ୍ରୀଡ଼ା ସପ୍ତାହ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri