ଆଜିଠୁ ଯୁକ୍ତ୨ ପରୀକ୍ଷା

ଭୁବନେଶ୍ୱର, ୧।୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଠାରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପୂର୍ବାହ୍ନ ୯ଟା ୩୦ ସୁଦ୍ଧା ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ବ। ୧୦ଟାରେ ପରୀକ୍ଷା ଆରମ୍ଭ ହେବ। ୩୦ମିନିଟ ପୂର୍ବରୁ ଛାତ୍ରୀଛାତ୍ରମାନେ ହଲ୍‌ରେ ବସିବେ। ପୂର୍ବାହ୍ନ ୧୦ଟାରେ ପ୍ରଶ୍ନପତ୍ର ବଣ୍ଟାଯିବ। ୧୫ ମିନିଟ୍‌ ମଧ୍ୟରେ ବଳକା ପ୍ରଶ୍ନପତ୍ର ସିଲ୍‌ କରାଯିବ। ୧୦ଟା ୩୦ ପରେ କୌଣସି ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରକୁ ଯିବା ପାଇଁ ଅନୁମତି ମିଳିବ ନାହିଁ। ଉତ୍ତରଖାତାର ବଳକା ଫର୍ଦ୍ଦରେ କ୍ରସ୍‌ ମାର୍କ କରିବାକୁ ନିର୍ଦ୍ଦେଶ ରହିଛି। ସୂଚନାଯୋଗ୍ୟ, ଏଥର ୧,୧୪୫ଟି ପରୀକ୍ଷା କେନ୍ଦ୍ର ହୋଇଥିବା ବେଳେ ୪୪୫ଟି ଉଚ୍ଚ ମାଧ୍ୟମିକ ସ୍କୁଲକୁ ଟ୍ୟାଗ୍‌ କରାଯାଇଛି। ୬ଟି ସବ୍‌-ସେଣ୍ଟର କରାଯାଇଛି। ଚଳିତବର୍ଷ ମୋଟ ୧,୫୯୦ଟି ଉଚ୍ଚ ମାଧ୍ୟମିକ ସ୍କୁଲର ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ। ସେହିପରି ପରୀକ୍ଷାରେ ସ୍ବଚ୍ଛତା ଆଣିବା ଲାଗି ପ୍ରଶ୍ନପତ୍ର ସୁରକ୍ଷାକୁ ଗୁରୁତ୍ୱ ଦେଇ ୨୦୨ଟି ହବ୍‌ କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ଚଳିତବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ୍‌ ୩,୫୭,୯୪୨ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରେ ୩,୩୮,୨୨୧ଜଣ ରେଗୁଲାର, ୧୭,୬୯୬ଜଣ ଏକ୍ସରେଗୁଲାର ଏବଂ ୨,୦୨୫ଜଣ ଡିଷ୍ଟାନ୍ସ ଛାତ୍ରୀଛାତ୍ର ରହିଛନ୍ତି। ଏମାନଙ୍କ ମଧ୍ୟରେ ୧,୮୪,୪୦୮ ଛାତ୍ରୀ ଥିବାବେଳେ ୧,୭୩,୫୩୪ଜଣ ଛାତ୍ର ରହିଥିବା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।
ଏଠାରେ ଉଲ୍ଲେଖଯୋଗ୍ୟ, ଚଳିତବର୍ଷ ଯୁକ୍ତ୨ ପରୀକ୍ଷାକୁ ସୁପରିଚାଳନା କରିବା ପାଇଁ ପରିଷଦ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସିସି କ୍ୟାମେରା ବାଧ୍ୟତାମୂଳକ କରାଯାଇଛି। ପରୀକ୍ଷା କେନ୍ଦ୍ର ଭିତରକୁ ମୋବାଇଲ ଏବଂ ଅନ୍ୟାନ୍ୟ ବୈଦ୍ୟୁତିକ ଉପକରଣକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ପରୀକ୍ଷା ଦାୟିତ୍ୱରେ ଥିବା ଅଧ୍ୟାପକମାନେ ମଧ୍ୟ ମୋବାଇଲ ବ୍ୟବହାର କରିପାରିବେ ନାହିଁ। ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ପୂର୍ବରୁ ସମସ୍ତ ଅଧିକାରୀ, ଅବଜର୍ଭର, ସ୍କ୍ବାଡ୍‌ ମେମ୍ବର, ଜିଲା ପ୍ରଶାସନିକ ଅଧିକାରୀ ଏବଂ ଅନ୍ୟ କର୍ମଚାରୀମାନେ ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ନିକଟରେ ମୋବାଇଲ ଫୋନ ଦାଖଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?