+୨ ପରୀକ୍ଷା ଖାତା ମୂଲ୍ୟାଙ୍କନ ଆରମ୍ଭ

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ): ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହୋଇଛି। ରାଜ୍ୟ ସରକାର ଚଳିତ ବର୍ଷ ମାଟ୍ରିକ, ଯୁକ୍ତ ୨ ଏବଂ ଯୁକ୍ତ ୩ ପରୀକ୍ଷା ଫଳ ନିର୍ଦ୍ଧାରିତ ସମୟରେ ପ୍ରକାଶିତ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ଏଥିପାଇଁ ବିଭାଗୀୟ ଉଚ୍ଚ ପଦାଧିକାରୀମାନେ ବାରମ୍ବାର ଅଗ୍ରଗତି ନେଇ ସମୀକ୍ଷା କରୁଛନ୍ତି। ବର୍ତ୍ତମାନ ମାଟ୍ରିକ ମୂଲ୍ୟାଙ୍କନ ଚାଲିଥିବା ବେଳେ ବୁଧବାର ଠାରୁ ରାଜ୍ୟରେ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଭୋକେଶନାଲ ଖାତା ମୂଲ୍ୟାୟନ ଆରମ୍ଭ ହୋଇଛି। ଅନଲାଇନ ଏବଂ ଅଫଲାଇନ ମାଧ୍ୟମରେ ମୂଲ୍ୟାଙ୍କନ ହେବ । ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ୭୫ଟି ଅଫଲାଇନ ମୂଲ୍ୟାଙ୍କନ କେନ୍ଦ୍ର ଖୋଲିଥିବା ବେଳେ ୫୭ଟି ଅନଲାଇନ ମୂଲ୍ୟାଙ୍କନ କେନ୍ଦ୍ର ଖୋଲିଛି।

ମୂଲ୍ୟାଙ୍କନ କେନ୍ଦ୍ର ଗୁଡ଼ିକରେ ଯେଭଳି କୌଣସି ଅସୁବିଧା ନ ହେବ ସେଥିପାଇଁ ସମସ୍ତ ପଦକ୍ଷେପ ଆଗୁଆ ନିଆଯାଇଛି। ଏଥିସହ ବିଦ୍ୟୁତ ସେବା ମୂଲ୍ୟାଙ୍କନ ସମୟରେ ଯେଭଳି ବ୍ୟାଘାତ ନ ହେବ ସେଥିପ୍ରତି ସତନ୍ତ୍ର ପଦକ୍ଷେପ ନିଆଯାଇଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍‌ୟୁବି) ମହାବିଦ୍ୟାଳୟରେ ମଧ୍ୟ ଯୁକ୍ତ ୨ ଅଫଲାଇନ ଏବଂ ଅନଲାଇନ ମୂଲ୍ୟାଙ୍କନ କେନ୍ଦ୍ର ଖୋଲିଛି। ଏଥିପାଇଁ ମୂଲ୍ୟାଙ୍କନ କେନ୍ଦ୍ରରେ ସମସ୍ତ ପ୍ରସ୍ତୁତି ସରିଛି।

ବୁଧବାର ଅଧକ୍ଷ ରାଜେନ୍ଦ୍ର କୁମାର ଦାସଙ୍କ ଅଧ୍ୟକ୍ଷତାରେ ମୂଲ୍ୟାଙ୍କନ କିଭଳି ସ୍ବାଭାବିକ ଭାବେ ଚାଲିବ ସେନେଇ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ସହ ଆଲୋଚନା କରିଛନ୍ତି। ଡେପୁଟି ସୁପରିଟେଣ୍ଡେଣ୍ଟ ବିଭାସ ଦାସ, ଜୋନ ଅଫିସର୍‌ ରଜନୀ କାନ୍ତ ତ୍ରିପାଠୀ, ବୁଦ୍ଧି ନାଥ ବେହେରା, ସୁନିଲ ଦାସ ସୁନିଲ ଦାସ ଦାୟିତ୍ୱରେ ଅଛନ୍ତି। ଅନଲାଇନ ଦୁଇଟି ସିଫ୍ଟରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri