୩୧ ସୁଦ୍ଧା ଯୁକ୍ତ୨ ପରୀକ୍ଷାଫଳ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାଫଳକୁ ପରୀକ୍ଷାର୍ଥୀମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଥିବାବେଳେ ପରିଷଦ ପକ୍ଷରୁ ତାରିଖ ସ୍ଥିର ହୋଇପାରୁନାହିଁ। ପ୍ରଥମେ ୨୮ତାରିଖରେ ପରୀକ୍ଷାଫଳ ଘୋଷଣା ତାରିଖ ଜଣାପଡ଼ିବ ବୋଲି ପରିଷଦ ପକ୍ଷରୁ ସୂଚନା ଦିଆଯାଇଥିଲା। ମାତ୍ର ତାହା ହୋଇ ନ ଥିଲା। ସୋମବାର ସନ୍ଧ୍ୟା ସୁଦ୍ଧା ପ୍ରକ୍ରିୟା ସମାପ୍ତ ହେବା ସହ ୩୧ ତାରିଖ ପୂର୍ବରୁ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି କୁହାଯାଇଥିଲା। ମାତ୍ର ସୋମବାର ସୁଦ୍ଧା ସମସ୍ତ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇ ନ ଥିବା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଆସନ୍ତା ୩୧ ତାରିଖ ମଧ୍ୟାହ୍ନ ୧୨ଟା ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପରିଷଦ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ସୂଚନାଯୋଗ୍ୟ, ୨୦୨୨-୨୩ ଶିକ୍ଷାବର୍ଷରେ ଯୁକ୍ତ୨ ପରୀକ୍ଷା ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେବା ଲାଗି ୩ଲକ୍ଷ ୫୭ ହଜାର ୯୪୨ଜଣ ରେଗୁଲାର ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୩୩ ହଜାର ୮୫୫ଜଣ ରହିଥିଲେ। ସେହିପରି ଯୁକ୍ତ୨ ବିଜ୍ଞାନରେ ୯୩ ହଜାର ୮୯୪, ବାଣିଜ୍ୟରେ ୨୪ ହଜାର ୩୩୧ ଓ ଧନ୍ଦାମୂଳକ ଶିକ୍ଷାରେ ୫,୮୬୨ଜଣ ଛାତ୍ରୀଛାତ୍ର ରହିଥିଲେ। ଅନ୍ୟପଟେ ଯୁକ୍ତ ୨ ପରୀକ୍ଷା ଦେବା ପାଇଁ ଏକ୍ସରେଗୁଲାର ବର୍ଗର ୧ଲକ୍ଷ ୭୭ହଜାର ୨୦୪ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ଓଡ଼ିିଶାର ୧,୧୪୫ଟି ପରୀକ୍ଷା କେନ୍ଦ୍ରରେ ଏହି ପରୀକ୍ଷା କରାଯାଇଥିଲା। ଚଳିତ ବର୍ଷ ୨ଟି ପର୍ଯ୍ୟାୟରେ ଯୁକ୍ତ୨ ଖାତାଦେଖା ଆରମ୍ଭ ହୋଇଥିଲା। ଏପ୍ରିଲ ୧୦ରୁ ଆରମ୍ଭ ହୋଇ ମେ’ ୫ ତାରିଖ ପର୍ଯ୍ୟନ୍ତ ଉଭୟ ଅନ୍‌ଲାଇନ ଓ ଅଫଲାଇନରେ ଖାତା ମୂଲ୍ୟାୟନ କରାଯାଇଥିଲା।
ସର୍ବଭାରତୀୟ ସ୍ତରରେ ବିଭିନ୍ନ ପ୍ରବେଶିକା ପରୀକ୍ଷାକୁ ନଜରରେ ରଖି ମେ’ ମାସ ମଧ୍ୟ ଭାଗରେ ଯୁକ୍ତ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ କରିବାକୁ ସିଏଚ୍‌ଏସ୍‌ଇ ପକ୍ଷରୁ ଲକ୍ଷ୍ୟ ରଖାଯାଇଥିଲା। ତେବେ ଏପର୍ଯ୍ୟନ୍ତ ପରୀକ୍ଷାଫଳ ପ୍ରକାଶ ନେଇ କୌଣସି ସ୍ପଷ୍ଟ ସୂଚନା ନ ମିଳିବାରୁ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତା ପ୍ରକଟ କରିଛନ୍ତି। ସେହିପରି ଜୁନ ୮ରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳାଫଳ ପ୍ରକାଶ ନେଇ କୁହାଯାଉଥିଲେ ମଧ୍ୟ ବିଧିବଦ୍ଧ ଭାବେ ଘୋଷଣା କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri