ଏପ୍ରିଲ ୨୮ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୧୮ା୩(ବ୍ୟୁରୋ):ରାଜ୍ୟରେ ଆସନ୍ତା ଏପ୍ରିଲ ୨୮ ତାରିଖରୁ ଅଫଲାଇନ ମୋଡରେ ଯୁକ୍ତ ୨ ପରୀକ୍ଷା ହେବ। କଳା, ବାଣିଜ୍ୟ ଓ ବିଜ୍ଞାନର ପରୀକ୍ଷା କରାଯିବ। ଏଥିରେ ମୋଟ ୩ ଲକ୍ଷ ୨୦ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଯୁକ୍ତ ୨ ପରୀକ୍ଷା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। କରୋନା ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଳ କରାଯାଇଛି। ଖରା ପାଇଁ ସକାଳ ୯ ଟାରୁ ପରୀକ୍ଷା ଆରମ୍ଭ ହେବ। ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଗୋଟିଏ ସିଟିଂରେ ଅନୁଷ୍ଠିତ ହେବ। ନିଜ କଲେଜ ଅଧ୍ୟାପକଙ୍କ ତତ୍ୱାବଧାନରେ ଛାତ୍ରୀଛାତ୍ରମାନେ ପ୍ରାକ୍ଟିକାଲ ପରୀକ୍ଷା ଦେବେ। ଶେଷ କ୍ୱାର୍ଟର ପରୀକ୍ଷାର ଥିଓରି ଓ ପ୍ରାକ୍ଟିକାଲ ମାର୍କରୁ ପିଲାଙ୍କୁ ୨୦ ପ୍ରତିଶତ ମାର୍କ ମିଳିବ।
ସେହିପରି ମୂଲ୍ୟାୟନ ପାଇଁ ଦୁଇଟି ପଦ୍ଧତି ଅବଲମ୍ବନ କରାଯିବ। ପ୍ରଥମଟିରେ ବାର୍ଷିକ ପରୀକ୍ଷା ଆଧାରରେ ଫଳାଫଳ ଘୋଷଣା କରାଯିବ। ଦ୍ୱିତୀୟଟିରେ ବାର୍ଷିକ ପରୀକ୍ଷାରୁ ୮୦ ପ୍ରତିଶତ ଏବଂ ଶେଷ କ୍ୱାର୍ଟର ପରୀକ୍ଷାରୁ ୨୦ ପ୍ରତିଶତ ମାର୍କ ମିଳିବ। ଉଭୟ ମୂଲ୍ୟାୟନ ପଦ୍ଧତିରେ ସର୍ବାଧିକ ମାର୍କକୁ ନେଇ ପରୀକ୍ଷା ଫଳ ଘୋଷଣା କରାଯିବ। କରୋନା ସଂକ୍ରମଣ ହ୍ରାସ ପାଇଥିବାରୁ ପ୍ରଥମ ଥର ପାଇଁ ଅଫଲାଇନରେ ଯୁକ୍ତ ୨ ପରୀକ୍ଷା କରାଯାଉଛି।
ତେବେ ପରୀକ୍ଷା ମୂଲ୍ୟାୟନ ପଦ୍ଧତିକୁ ନେଇ ଶିକ୍ଷାବିତ୍‌ମାନେ ଆଶଙ୍କା ପ୍ରକାଶ କରିଛନ୍ତି। ଶିକ୍ଷାବିତ୍‌ ପବିତ୍ର ମହଲା କହିଛନ୍ତି ଯେ, ଅଫଲାଇନ ପରୀକ୍ଷା ନିଷ୍ପତ୍ତି ସ୍ବାଗତଯୋଗ୍ୟ। ତେବେ ପରୀକ୍ଷା ମୂଲ୍ୟାୟନକୁ ନେଇ ଯେଉଁ ଦୁଇଟି ବିକଳ୍ପ ରଖାଯାଇଛି ତାହା ସମୟ ଅଧିକ ନେବ ଏବଂ ଦ୍ୱନ୍ଦ୍ୱ ମଧ୍ୟ ସୃଷ୍ଟି କରିବ। ସେଥିରୁ ଗୋଟିଏ ବିକଳ୍ପ ରଖିବା ଉଚିତ, ଯଦ୍ଦ୍ବାରା ମୂଲ୍ୟାୟନ ଠିକ୍‌ ହେବା ସହ ପିଲାମାନଙ୍କୁ ନ୍ୟାୟ ମିଳିପାରିବ। ନିଜ ଶିକ୍ଷକମାନେ ପ୍ରାକ୍ଟିକାଲ ପରୀକ୍ଷା ପରିଚାଳନା କରିବେ। ଏହା ଏକ ସ୍ବାଗତଯୋଗ୍ୟ ନିଷ୍ପତ୍ତି। ଚଳିତ ବର୍ଷ ଅନେକ ପିଲା ଅନଲାଇନରେ ପଢ଼ିଛନ୍ତି, ତେବେ ସୁପରିଣ୍ଟେଣ୍ଡେଣ୍ଟଙ୍କ ଉପସ୍ଥିତିରେ ନିଜ ଶିକ୍ଷକ ପ୍ରାକ୍ଟିକାଲ ପରୀକ୍ଷା କଲେ କିଛି ଅସୁବିଧା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri